୨୨ବର୍ଷ ତଳର ଗଣଦୁଷ୍କର୍ମ ମାମଲା: ମୁଖ୍ୟ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୨୨/୨(ଏସ ଏସ ନିୟୁଜ)୨୨ ବର୍ଷ ତଳର ବହୁଚର୍ଚ୍ଚିତ ଗଣଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି କମିଶନରେଟ୍ ପୋଲିସ। ଗିରଫ ମୁଖ୍ୟ ଅଭିଯୁକ୍ତର ନାମ ବିବନ ବିଶ୍ୱାଳ। ୨୨ ବର୍ଷ ପରେ ଧରାପଡ଼ିଛି ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ। ଏ ନେଇ ପ୍ରେସମିଟ୍ରେ ସୂଚନା ଦେଇଛନ୍ତ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଏଠି ମନେପକେଇ ଦେବୁ, ୧୯୯୯ ଜାନୁଆରୀ ୯ରେ ଘଟିଥିଲା ଏହି ବହୁଚର୍ଚ୍ଚିତ ଗଣଦୁଷ୍କର୍ମ। ବାରଙ୍ଗ ଥାନା ଅଞ୍ଚଳରେ କାର୍ ଭିତରେ ଗଣଦୁଷ୍କର୍ମ ଘଟିଥିଲା। […]