କୃଷ୍ଣପ୍ରସାଦ ବ୍ଲକ୍ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫/୧(ଡିଏନଏ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫେରେନ୍ସିଂ ଜରିଆରେ ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ୍ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ରକୁ ଉଦ୍ଘାଟନ କରିଛନ୍ତି । ୧୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ଏହି ଆଇଟିଆଇରେ ଇଲେକ୍ଟ୍ରିସିଆନ, ଫିଟର, ଇଲେକ୍ଟ୍ରୋନିକ୍ସ ମେକାନିକ୍ ଓ ଡ୍ରେସ ମେକିଂ ପରି ୪ଟି ଟ୍ରେଡ୍ରେ ତାଲିମ ଦେବାର ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଓ ଭବିଷ୍ୟତର ଶିଳ୍ପଗୁଡିକର ନିଯୁକ୍ତି ଚାହିଦାକୁ ଦେଖି ଏହି ତାଲିମ ବ୍ୟବସ୍ଥା କରାଯାଇଛି । ଆଗାମୀ […]