ଯାତ୍ରା, ଅପେରା, ଡ୍ରାମା ଓ ମେଲୋଡିକୁ ମିଳିଲା ଅନୁମତି
ଭୁବନେଶ୍ବର, ୨୦/୧୧(ଏସଏସନିୟୁଜ) କରୋନା କଟକଣା ଭିତରେ ଯାତ୍ରା, ଅପେରା, ଡ୍ରାମା ଓ ମେଲୋଡି ଆଦି କାର୍ୟ୍ୟକ୍ରମ ଲାଗି ଅନୁମତି ମିଳିଛି ।ଏଥିନିମନ୍ତେ ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ ପକ୍ଷରୁ ନୂତନ ଗାଇଡଲାଇନ୍ ଜାରି କରାଯାଇଛି। ସାମାଜିକ ଦୂରତା ବଜାୟ ରଖି ଖୋଲା ଜାଗାରେ ୨ ହଜାର ଲୋକଙ୍କୁ ନେଇ ଯାତ୍ରା, ଅପେରା, ଡ୍ରାମା ଓ ମେଲୋଡି ଆଦି ଆୟୋଜିତ ହୋଇପାରିବ।ଏଥିପାଇଁ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ପୌର କମିସନରଙ୍କଠାରୁ ଅନୁମତି ନେବାକୁ ପଡ଼ିବ।ଅଧିକସଂଖ୍ୟକ କାଉଣ୍ଟର ସାଙ୍ଗକୁ ଅନଲାଇନ୍ ରେ […]