ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨/୯(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀର ଜିଲ୍ଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଜିଲ୍ଲାର ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗୀର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କରି କାର୍ୟ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଟିଟିଲାଗଡରେ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ସରୋଜିନୀ ବହିଦାରଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ୟ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଜିଲ୍ଲାର ସାଢେ […]