ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ
ସମ୍ବଲପୁର,୩୧/୮(ଏସଏସନିୟୁଜ) ଆଉ ଦିନକେଇଟା ପରେ ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ଏବଂ ପ୍ରସିଦ୍ଧ ପର୍ବ ନୂଆଖାଇ । ଭାଦ୍ରବ ଶୁକ୍ଲପକ୍ଷ ପଂଚମୀ ତିଥିରେ ଅର୍ଥାତ ଆସନ୍ତା ୧୧ତାରିଖରେ ଚଳିତ ବର୍ଷ ନୂଆଖାଇ ପର୍ବ ପାଳନ ହେବ ।ଏଥିପାଇଁ ଆଜି ଲଗ୍ନ ନିର୍ଦ୍ଧାରିତ ହୋଇଯାଇଛି। ମା’ ସମଲେଶ୍ୱରୀଙ୍କ ରାଶି ନକ୍ଷତ୍ରକୁ ନେଇ ଝାଡ଼ୁଆପଡ଼ାସ୍ଥିତ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ କମିଟି ପକ୍ଷରୁ ପଣ୍ଡିତ, ବିଦ୍ୱାନ ଏବଂ ଜ୍ୟୋର୍ତିବିଦ ମାନେ ଶୁଭଲଗ୍ନ ସ୍ଥିର କରିଛନ୍ତି।ନିର୍ଦ୍ଧାରିତ ହୋଇଥିବା ଲଗ୍ନ ଅନୁସାରେ ଆସନ୍ତା ସେପ୍ଟେମ୍ବର […]