ବଢିଲା କାରୋନା!

ଭୁବନେଶ୍ବର,୮/୭(ଏସଏସନିଉଜ) ପୁଣି ରାଜ୍ୟରେ କରୋନା ସଂକ୍ରାମଣ ବଢିବାରେ ଲାଗିଛି । ଗତକାଲି ୪୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ୪୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ସେଥିମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ସଂଖ୍ୟା ଦୁଇଶହ ଟପିଛି ।ଏମାନଙ୍କ ମଧ୍ୟରୁ ୨୭୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୯୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୧ ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Comments (0)
Add Comment