ବଙ୍ଗୋପସାଗରରେ ସୃଷ୍ଟିହେଲା ସାଇକ୍ଲୋନିକ ସର୍କୁଲେସନ

ଭୁବନେଶ୍ବର, ୨୭/୮(ଏସଏସନିୟୁଜ)ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସହ ରାଜ୍ୟରେ ବର୍ଷା ପରିମାଣ ବଢିବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି ।ଆଇଏମଡି ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୨୮ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।ସ୍କାଏମେଟ୍ ପକ୍ଷରୁ କୁହାଯାଇଛି ଯେ,ଆଜି ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି । ଏହା ଆସନ୍ତା କାଲିସୁଦ୍ଧା ଆହୁରି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇ । ୨୮ ଓ ୨୯ ତାରିଖରେ ଓଡ଼ିଶାରେ ଏହାର ପ୍ରଭାବରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Comments (0)
Add Comment