ଭଦ୍ରକ ସାଂସଦଙ୍କୁ କରୋନା

ଭଦ୍ରକ୨୨/୮ (ଏସ ଏସ ନିୟୁଜ ) ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କରୋନାରେ ଆକ୍ରାନ୍ତ ହୋଇ ଥିବା ନେଇ ଶନିବାର ଟ୍ୱିଟ୍ କରି ସୂଚନା ଦେଇଛନ୍ତି।‘କରୋନାର ପ୍ରାରମ୍ଭିକ ଲକ୍ଷଣ ପାଇବା ପରେ,ମୁଁ ନିଜର ପରୀକ୍ଷା କରାଇଲି ଏବଂ ରିପୋର୍ଟ ପଜିଟିଭ୍ ଆସିଲା।ମୋ ସ୍ୱାସ୍ଥ୍ୟ ଭଲ ଏବଂ ସ୍ଥିର ଅଛି ଏବଂ ହୋମ୍ କ୍ୱାରାଣ୍ଟାଇନରେ ଅଛି।ମୁଁ ଅନୁରୋଧ କରୁଛି,ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସହିତ ଯୋଗାଯୋଗ ଏବଂ ସଂସ୍ପର୍ଶରେ ଆସିଛନ୍ତି,ଦୟାକରି ନିଜକୁ ଅଲଗା ରଖନ୍ତୁ ଓ ନିଜର ପରୀକ୍ଷା କରାଇ ନିୟନ୍ତୁ ବୋଲି କରିଥିବା ଟ୍ୱିଟ୍ର ରେ ଉଲ୍ଲେଖ ରହିଛି ।ସାଂସଦ ମଞ୍ଜୁଲତା ମଣ୍ଡଳଙ୍କ ସ୍ୱାମୀ ମୁକ୍ତିକାନ୍ତ ମଣ୍ଡଳ କରୋନା ସଂକ୍ରମିତ ହୋଇଥିବା ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ଏବେ ହୋମ୍ ଆଇସୋଲେଶନରେ ଅଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଆଇସୋଲେଶନରେ ରହିବା ସହ କରୋନା ପରୀକ୍ଷା କରାଇବା ଲାଗି ସେ ଅନୁରୋଧ କରିଛନ୍ତି।

Comments (0)
Add Comment