ବିଲଭିତରରେ ପଶିଲା ଏସିଡଟ୍ୟାଙ୍କର

ବାଲେଶ୍ୱର,୨୪।୧୨(ଏସଏସ ନିଉଜ)ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଭଗତପୁର ନିକଟରେ ବିଲ ଭିତରରେ ଓଲଟିପଡ଼ିଲା ଏସିଡ ଟ୍ୟାଙ୍କର। ଏସିଡ ଟ୍ୟାଙ୍କରଟି ଭଗତପୁର ଗାଁରେ ଥିବା ଏକ ଚିଙ୍ଗୁଡ଼ି ପ୍ଲାଣ୍ଟକୁ ଯାଉଥିଲା। ଚାଳକଙ୍କ କହିବା ଅନୁସାରେ ଏହି ଟ୍ୟାଙ୍କରରେ ହାଇଡ୍ରୋକ୍ଲୋରାଇଡ ଏସିଡ ଯାଉଥିଲା। ପରେ ସେଥିରୁ ଗ୍ୟାସ ଲିକ କରୁଥିବା ବେଳେ ପାଖ ଅଞ୍ଚଳରେ ଧୂଆଁମୟ ହୋଇଯାଇଥିଲା। ଯାହାଫଳରେ ସ୍ଥାନୀୟଲୋକେ ଭୟଭୀତ ହୋଇଯାଇଛନ୍ତି।

Comments (0)
Add Comment