ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ

ଭୁବନେଶ୍ବର,୩୦/୧୨(ଏସଏସନିୟୁଜ) ବ୍ରଜରାଜନଗରର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ହୃଦଘାତ ପରେ ଝାରସୁଗୁଡା ର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ଘଟିଛି । ପଶ୍ଚିମ ଓଡ଼ିଶାର ଚର୍ଚ୍ଚିତ ରାଜନୈତିକ ନେତା କିଶୋର ମହାନ୍ତି ଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଦୁଃଖଦ ଖବରରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି । ସେ ଜଣେ ଜନପ୍ରିୟ ନେତା ଭାବରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ବାଚସ୍ପତି ଭାବେ ଉଚ୍ଚ ସଂସଦୀୟ ପରମ୍ପରା ବଜାୟ ରଖିବା ସହିତ ସବୁ ଦଳର ବିଧାୟକ ମାନଙ୍କ ସମ୍ମାନର ଅଧିକାରୀ ହୋଇପାରିଥିଲେ । ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ବିଧାୟକ ଭାବେ ସେ ବିଧାନସଭାକୁ ମୋଟ ୪ ଥର ନିର୍ବାଚିତ ହୋଇଥିଲେ । ୨୦୦୮ରୁ ୨୦୦୯ ପର୍ଯ୍ୟନ୍ତ ସେ ଓଡିଶା ବିଧାନସଭାର ବାଚସ୍ପତି ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।

Comments (0)
Add Comment