ଭୁବନେଶ୍ୱର,୧୫।୧(ଏସଏସନିଉଜ)ବିଜେଡିରୁ ବିଦାହେଲେ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର।ଉଭୟଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ । ସେମାନେ ହେଲେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ଓ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର।ନବୀନ କେନ୍ଦୁଝର ପାଇଁ କିଛି କରି ନାହାନ୍ତି । କେନ୍ଦୁଝରର ନେତା ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ପାଇଁ ବିକାଶ କରିବେ ବୋଲି ଗତକଲି ସନାତନ କେନ୍ଦୁଝରର ଏକ ସଭାରେ କହିଥିଲେ।ତେବେ ଅରବିନ୍ଦଙ୍କୁ ନିଲମ୍ବନ କରିବା ପଛରେ ପାକୃତ୍ କାରଣ ସାମ୍ନାକୁ ଆସିନାହିଁ ।