ବିଜେପି ସମ୍ବିଧାନ ଉପରେ ଆକ୍ରମଣ କରୁଛି

ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୧।୭(ଏସଏସନିଉଜ) ସମ୍ବିଧାନ ବଞ୍ଚାଅ ସମାବେଶରେ ରାହୁଲ ତାଙ୍କ ସମ୍ବୋଧନରେ କଂଗ୍ରେସ କର୍ମକର୍ତ୍ତାଙ୍କ ମୁଡ୍‌ କିପରି ଅଛି ପ୍ରଶ୍ନ କରୀଥିଲେ।କଂଗ୍ରେସ କର୍ମକର୍ତ୍ତାଙ୍କୁ ପ୍ରଶଂସା କରିବା ସହ ସରକାର ଗରିବଙ୍କୁ ଲୁଟୁଛନ୍ତି ବୋଲି କହିଥିଲେ ରାହୁଲ।ବିଜେପି ପୂରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି।ବିହାରରେ ନିର୍ବାଚନ ଚୋରି କରିବାକୁ ଉଦ୍ୟମ ଚାଲିଛି।ମହାରାଷ୍ଟ୍ରରେ ନୂଆ ୧ଲକ୍ଷ ଭୋଟର୍ କିପରି ଆସିଲେ ଓମହାରାଷ୍ଟ୍ର ଭଳି ଏବେ ବିହାରରେ ବି ନିର୍ବାଚନ ଚୋରି ଉଦ୍ୟମ ଚାଲିଛି ବୋଲି କହିଥିଲେ।ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ।ଏଠାରେ ବିନା ପଚାରି ଆଦିବାସୀଙ୍କୁ ଜମିରୁ ହଟାଯାଉଛି।ପେସା ଆଇନ୍ ଲାଗୁ ହେଉନି, କିନ୍ତୁ ଆମେ ଏହା ଲାଗୁ କରିବୁ।ବିକାଶ ଓଡ଼ିଶାର ଜନତାଙ୍କ ପାଇଁ କରିବା ଉଚିତ୍।ଏଠାକାର ସରକାର ଜଙ୍ଗଲ, ଜମିରୁ ଆପଣଙ୍କୁ ହଟାଉଛି।ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ଠିଆ ହୋଇ ରହିବ।ମୋଦି ଫସଲବୀମା ଯୋଜନା ଲାଗୁ କରିଥିଲେ।ଏଥିପାଇଁ ମୋଦି ଆପଣଙ୍କଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନି ବୋଲି ଅଭିଯୋଗ ଆଣିଥିଲେ।

Comments (0)
Add Comment