Browsing category

ମହାନଗର

ସୋମବାରଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ,୨୧ା୭(ଏସଏସନିଉଜ) ସୋମବାରଠାରୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବାକୁଯାଉଛି ।ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୨୨ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ।ଗଣିତ ବ୍ୟତୀତ ପ୍ରତ୍ୟେକ ବିଷୟର ପରୀକ୍ଷା ପୂର୍ବାହ୍ନ ୯ ଟା ଠାରୁ ଆରମ୍ଭ ହୋଇ ପୂର୍ବାହ୍ନ […]

ପୋଲିସ-ଗ୍ରାମବାସୀ ମୁହାଁମୁହିଁ

ଭୁବନେଶ୍ବର,୨୦ା୭(ଏସଏସନିଉଜ)ଏକ ଜମି ମାପଚୁପକୁ ବିରୋଧ କରି ପୁଲିସକୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିବା ଅଭିଯୋଗରେ ଚନ୍ଦକା ଥାନା ପୁଲିସ ମଧୁପୁର ଗାଁର ୩୩ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେମାନଙ୍କ ମଧ୍ୟରେ ୬ ମହିଳା ଅଛନ୍ତି। ସମସ୍ତଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତା ଦଫା ୧୦୯(ଆଇପିସି ଦଫା ୩୦୭)ରେ ମାମଲା ରୁଜୁ କରାଯାଇଛି। ଗିରଫଦାରୀ ବଢ଼ିବା ଡରରେ ଗାଁ ପୁରୁଷଶୂନ୍ୟ ହୋଇଯାଇଛି। ୧୦ ତାରିଖ ଦିନ ଏହି ଗଣ୍ଡଗୋଳ ଘଟିଥିଲା। ମଧୁପୁର ଗାଁ ମୁଣ୍ଡରେ ରଞ୍ଜନ ମହାପାତ୍ରଙ୍କର […]

ଥାନାପଛପଟ ହାଟରେ ଜୁଆଆଡ଼ା: ୫ଗିରଫ

ଭୁବନେଶ୍ବର,୨୦ା୭(ଏସଏସନିଉଜ) କ୍ୟାପିଟାଲ୍ ଥାନା ପୁଲିସ ୧ ନମ୍ବର ହାଟରୁ ଏକ ଜୁଆ ଆଡ଼ା ଠାବ କରିବାସହ ଏହାକୁ ପରିଚାଳନା କରୁଥିବା ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଗଞ୍ଜାମ ବୁଗୁଡ଼ାର ନୀଳମାଧବ ଗୌଡ଼, ଜଟଣୀ ଲୋକୋ କଲୋନିର ଧନଞ୍ଜୟ ମଲ୍ଲିକ, ଚନ୍ଦକା ପାଇକାରପୁରର ସୁ ବୋଧ ମହାରଣା, ନୟାଗଡ଼ର ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଓ ପୁରୁଣା ଭୁବନେଶ୍ବର ହାଟସାହିର ବୁବୁ ମହାରଣା। ସେମାନଙ୍କଠାରୁ ନଗଦ ୨୧ ହଜାର ଟଙ୍କା, ୩ ମୋବାଇଲ୍‌, ୨ କାର୍ଡ ବୋର୍ଡ, ୨ […]

ପୀତାମ୍ବରଆଚାର୍ଯ୍ୟହେଲେ ଆଡଭୋକେଟ୍ ଜେନେରାଲ

ଭୁବନେଶ୍ବର, ୧୯ା୭(ଏସଏସନିଉଜ) ରାଜ୍ୟ ସରକାର ଓଡ଼ିଶା ହା‌ଇକୋର୍ଟଙ୍କ ବରିଷ୍ଠ ଆଇନଜୀବୀ ପୀତାମ୍ବରଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ପୀତାମ୍ବର ଆଚାର୍ଯ୍ୟ ହୋଇଛନ୍ତି ଆଡଭୋକେଟ୍ ଜେନେରାଲ ‌ହୋଇଛନ୍ତି। ପୀତାମ୍ବରଙ୍କ ନିଯୁକ୍ତି ରାଜ୍ୟ ଆଇନ ବିଭାଗ ସୂତ୍ରରୁ ସୂଚନା ଦିଆଯାଇଛି। ଆଡଭୋକେଟ୍ ଜେନେରାଲ ଏକ ସାମ୍ୱିଧାନିକ ପଦବି। ସରକାର କ୍ଷମତାକୁ ଆସିବା ପରେ ପ୍ରଥମ କ୍ୟାବିନେଟରେ ଏଜି ନିଯୁକ୍ତି ସମ୍ପର୍କରେ ନିଷ୍ପତ୍ତି କରିବା କଥା। ଏକାଧିକ ବରିଷ୍ଠ ଆଇନଜୀବୀ ଲବିରେ ଥିବାରୁ ନିଷ୍ପତ୍ତି ବିଳମ୍ୱ ହୋଇଥିଲା। ମୋହନ ସରକାର ଶେଷରେ ଓଡ଼ିଶା […]

ଶ୍ରୀମନ୍ଦିର ରତ୍ନ ଭଣ୍ଡାରରୁ ମିଳିଲା ଯୁଦ୍ଧ ସାମଗ୍ରୀ

ଭୁବନେଶ୍ୱର,୧୯ା୭(ଏସଏସନିଉଜ)ଶ୍ରୀମନ୍ଦିର ରତ୍ନ ଭଣ୍ଡାରରୁ ରାଜରାଜୁଡ଼ା ଅମଳର ଯୁଦ୍ଧସାମଗ୍ରୀ ମିଳିଥିବାନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ତେବେ ଏହି ସାମଗ୍ରୀ କେଉଁ ଧାତୁରେ ତିଆରି ହୋଇଛି ତାହା ଜଣାପଡ଼ିନଥିଲେ ବି ଏହା କଳା ପଡ଼ିଯାଇଥିବା ସେ କହିଛନ୍ତି । ଗତକାଲି ରତ୍ନଭଣ୍ଡାର ଭିତରେ ୧୧ ଜଣିଆ ଅଧିକୃତ ଟିମ ଭଣ୍ଡାରର ଘର ଭିତରକୁ ଯାଇ ଦ୍ବିତୀୟ ରତ୍ନଭଣ୍ଡାର ଖୋଲିଥିଲେ । ଏହି ସମୟରେ ଭିତର ରତ୍ନଭଣ୍ଡାରରେ ୪ଟି ଆଲମାରୀ ଓ […]

ଆସନ୍ତାକାଲି ବିଜେଡ଼ି ବିଧାୟକଦଳର ବୈଠକ

ଭୁବନେଶ୍ୱର,୧୯ା୭(ଏସଏସନିଉଜ)ଆସନ୍ତାକାଲି ସନ୍ଧ୍ୟା ସାଢେ଼ ୫ଟା ଶଙ୍ଖ ଭବନରେ ବିଜେଡ଼ି ବିଧାୟକଦଳର ବୈଠକ ବସିବ। ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଆଗାମୀ ବିଧାନସଭା ଅଧିବେଶନ ପାଇଁ ପ୍ରସ୍ତୁତ ହେବ ରଣନୀତି ।ଅନ୍ୟପଟେବିଜେଡି ସଂସଦୀୟ ଦଳ ବୈଠକ ଆରମ୍ଭ ହୋଇଛି ।ନବୀନ ନିବାସରେ ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟସଭା ସାଂସଦମାନେ ଉପସ୍ଥିତରହିଥିବାବେଳେ ସଂସଦ ଅଧିବେଶନ ପାଇଁ ରଣନୀତି ପ୍ରସ୍ତୁତ ହୋଇଥିବାର ଜଣାପଡିଛି ।

ମାଇକ୍ରୋସଫ୍ଟ ସମସ୍ୟା

ଭୁବନେଶ୍ୱର,୧୯ା୭(ଏସଏସନିଉଜ)ମାଇକ୍ରୋସଫ୍ଟରେ ଅଚଳାବସ୍ଥା ପାଇଁ ସାରା ବିଶ୍ୱ ପ୍ରଭାବିତ ହୋଇଛି ।ଯାହାଫଳରେ ଭୁବନେଶ୍ୱରରୁ କିଛି ବିମାନ ବାତିଲ୍ କରାଯାଇଛି ।ଇଣ୍ଡିଗୋ କାଲି ପର୍ଯ୍ୟନ୍ତଉଡ଼ାଣ ବାତିଲ କରିଥିବା ସୂଚନାମିଳିଛି ।ଚେକ୍ ଇନ୍ ଓ ଚେକ୍ ଆଉଟ୍‌ରେ ସମସ୍ୟାଯୋଗୁ ଯାତ୍ରୀମାନେ ହନ୍ତସନ୍ତ ହୋଇଛନ୍ତି ।ସବୁ ମାନୁଆଲି ହେଉଥିବାରୁ ବୋର୍ଡିଂରେ ବ୍ୟାପକ ସମସ୍ୟା ଦେଖାଦେଇଛି ।

ପୁରୀରେ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର,୧୯ା୭(ଏସଏସନିଉଜ)ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକାରିଣୀବୈଠକ ଅନୁଷ୍ଠିତହୋଇଯାଇଛି ।ଏଥିରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା , ୩ ପ୍ରଭାରୀ ଯୋଗ ଦେଇଥିଲୋମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ମନ୍ତ୍ରିପରିଷଦ ସଦସ୍ୟ, ଦୁଇ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ , ଧର୍ମେନ୍ଦ୍ର ପ୍ରଧାନ , ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାପ୍ରମୁଖ ଉପସ୍ଥିତ ଥିଲେ ।ଏହାପରେ ରଥାରୁଢ଼ ଶ୍ରୀଜିଉମାନଙ୍କୁ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ‌ଜଗତ ପ୍ରକାଶ ନଡ୍ଡା। ମହାପ୍ରଭୁଙ୍କ ଦର୍ଶନ ସହିତ କଲେ ରଥ ପରିକ୍ରମା କରିଥିଲେ ।

ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ୍ କଳସ ମନା

ଭୁବନେଶ୍ବର, ୧୮ା୭(ଏସଏସନିଉଜ)ଶ୍ରାବଣ ମାସ ଆରମ୍ଭ ହେବାକୁ ଆଉ ମାତ୍ର ଦିନ କେଇଟା ବାକି। ଶ୍ରାବଣ ସୋମବାରରେ ଶୈବପୀଠରେ ଜଳଲାଗି କରିବେ କାଉଡିଆ। ଆଉ ଶ୍ରାବଣ ଆରମ୍ଭ ହେବା ପୂର୍ବରୁ କାଉଡିଆଙ୍କ ପାଇଁ ଆସିଛି ବଡ ଖବର। ଏଣିକି ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ କଳସୀରେ ପାଣି ନେଇପାରିବେନି କାଉଡିଆ ମାନସିକଧାରୀ। ଧବଳେଶ୍ୱରଙ୍କ ପାଖକୁ ନିଷେଧ ହେଇଛି ପ୍ଲାଷ୍ଟିକ୍ କଳସ। ଯଦି କେହି ମାନସିକଧାରୀ ପ୍ଲାଷ୍ଟିକ୍ କଳସ ଧରି ପାଣି ଲାଗି କରିବାକୁ ଆସନ୍ତି , ତେବେ ତାଙ୍କ ଜଳ […]

ଆସୁଛି ବର୍ଷା

ଭୁବନେଶ୍ବର, ୧୮ା୭(ଏସଏସନିଉଜ)ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର।କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଆଗାମୀ ୨ ଦିନରେ ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରିବ।ଆସନ୍ତା ଦୁଇ ଦିନରେ ଓଡିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଗୋଟିଏ ଲଘୁଚାପ ସକ୍ରିୟ ରହିଥିବାବେଳେ ଆଉ ଏକ ଲଘୁଚାପ ସୃଷ୍ଟି ହେଉଥିବାରୁ , ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୧ ତାରିଖ ପର‌୍ୟ୍ୟନ୍ତ ବର୍ଷା […]