ଥରିଲା ରାଜସ୍ଥାନ!
ଭୁବନେଶ୍ୱର, ୨୨/୮(ଏସଏସନିଉଜ)ବିଳମ୍ବିତ ରାତିରେ ଭୂକମ୍ପ ଝଟକାରେ ଥରିଛି ରାଜସ୍ଥାନ। ରାଜସ୍ଥାନର ବିକେନାରବାସୀ ଭୂକମ୍ପ ଝଟକାକୁ ସବୁଠାରୁ ଅଧିକ ଅନୁଭବ କରିଛନ୍ତି। ସମସ୍ତେ ଶୋଇଥିବା ବେଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୧ ରହିଥିଲା। ଭୂକମ୍ପ ଝଟକାରେ ଏଯାଏ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ।