ଆଜିର ରାଶିଫଳ
ସେପ୍ଟେମ୍ବର ମାସ ୨୦ ତାରିଖ ୨୦୨୧ ମସିହା(ସୋମବାର)ଭାଦ୍ରମାସ-ଶୁକ୍ଳପକ୍ଷ,ତିଥି- ପୂର୍ଣ୍ଣିମା,ନକ୍ଷତ୍ର- ନକ୍ଷତ୍ର- ପୂର୍ବଭ।ଦ୍ର,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର,ମିଥୁନ ରାଶିର ଘାତବାର,ପୁର୍ଣ୍ଣମା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଆମିଷ ଭକ୍ଷଣ ନିଷେଧ। ମେଷ:-ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ। ବୃଷ:-ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। […]