ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶିକୁ ବୃଦ୍ଧି
ଭୁବନେଶ୍ୱର,୯ା୬(ଏସଏସନିଉଜ)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ। ବନ୍ୟଜନ୍ତୁ ଆକ୍ରମଣରେ ଧନଜୀବନ ନଷ୍ଟ ହୋଇଥାଏ। ଏ ସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି କରାଯିବା ସହିତ ଯଦି […]