Browsing category

ରାଜନୀତି

ରାଜ୍ୟରେ ଅଛନ୍ତି ୨୭ ମହାବଳ ବାଘ

ଭୁବନେଶ୍ବର,୨୦ା୮(ଏସଏସନିଉଜ)ରାଜ୍ୟରେ ଅଛନ୍ତି ୨୭ ମହାବଳ ବାଘ ଓ ୨୦୯୮ ହାତୀାବିଧାନସଭାରେ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଏକ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି ।ସେ କହିବାଅନୁଯାୟୀ ଭିତରକନିକାରେ ୧୮୫୦ ବଉଳା କୁମ୍ଭୀର, ମହାନଦୀରେ ୧୪ ଘଡ଼ିଆଳ କୁମ୍ଭୀର,ସାତକୋଶିଆରେ ୯୭, ଶିମିଳିପାଳରେ ୭୬, ଘୋଡ଼ାହାଡ଼ରେ ୮୪ ଗୋମୁହାଁ କୁମ୍ଭୀର ଅଛନ୍ତି ।ସେହିଭଳିଭାବେ ଚିଲିକା ଓ ସାମୁଦ୍ରିକ ଅଞ୍ଚଳରେ ରହିଛନ୍ତି ୭୪୩ ଡଲ୍‌ଫିନ୍ ଥିବାର ସେ ପ୍ରକାସ କରିଛନ୍ତି ।

ମମତା ମହାନ୍ତଙ୍କୁ ପ୍ରାର୍ଥୀ କଲା ବିଜେପି

ଭୁବନେଶ୍ବର,୨୦ା୮(ଏସଏସନିଉଜ) ମଙ୍ଗଳବାରଦିନ ରାଜ୍ୟସଭାପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ନିକଟରେ ବିଜେଡି ଛାଡ଼ି ବିଜେପିରେ ମିଶିଥିବା ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି। ରାଜ୍ୟସଭା ପ୍ରାର୍ଥୀ ପାଇଁ ବିଜେପି ରାଷ୍ଟ୍ରୀୟ ମହାସଚିବ ଓ ମୁଖ୍ୟାଳୟ ପ୍ରଭାରୀ ଅରୁଣ ସିଂହ ଘୋଷଣା କରିଛନ୍ତି।ମମତାମହାନ୍ତ ୨୦୨୦ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ । ମମତା ମହାନ୍ତ ହେଉଛନ୍ତି କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ।

ସଚିବ ସ୍ତରୀୟ ବୈଠକ

ଭୁବନେଶ୍ଵର,୨୦ା୮(ଏସଏସନିଉଜ)ଆଜି ମୁଖ୍ୟମନ୍ତ୍ରୀ ମୋହନଚରଣମାଝୀ ଲୋକସେବାଭବନରେ ସମସ୍ତବିଭାଗୀୟ ସଚିବମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ୟ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି। ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି ଅଭିବୃଦ୍ଧି ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ ଅଭିବୃଦ୍ଧି ତ୍ୱରାନ୍ୱିତ ହେଲେ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ପାଇବ। ବିଭିନ୍ନ ବିଭାଗ, ବିଶେଷ କରି ଭିତ୍ତିଭୂମି ନିର୍ମାଣ ଦାୟିତ୍ୱରେ ଥିବା ବିଭାଗ ଗୁଡିକ ଆବଶ୍ୟକ ସ୍ଥଳେ ଅଧିକ ଗ୍ଧରମଷଦ୍ଭସମବକ୍ଷ […]

ପଦ ହରାଇବେ ନିମାପଡା ଏନଏସି ଅଧ୍ୟକ୍ଷା!

ନିମାପଡ଼ା,୨୦/୮(ଏସଏସନିଉଜ)ନିମାପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୁଦ୍ଧରେ ପଡ଼ିଲା ଅନାସ୍ଥା ଭୋଟ୍। କିଛିଦିନ ତଳେ ୮ଜଣ କାଉନସିଲର ଅନାସ୍ଥାପ୍ରସ୍ତାବ ପାଇଁ ପୁରୀ ଜିଲ୍ଲାପାଳ ଦ୍ୱାରସ୍ଥ ହୋଇଥିଲେ। ସେଠାରେ ଅନାସ୍ଥା ପ୍ରସ୍ତାବକୁ ଜିଲ୍ଲାପାଳ ଗ୍ରହଣ କରିଥିଲେ। ଏହାପରେ ଆଜି ଭୋଟ୍ ପଡ଼ିଛି।

ଚିକିଟି ବିଷାକ୍ତ ମଦ ପ୍ରସଙ୍ଗ

ଗଞ୍ଜାମ,୨୦/୮(ଏସଏସନିଉଜ)ଗତକାଲିରାତିରେ ଚିକିଟି ଅଞ୍ଚଳରେ ବିଷାକ୍ତ ମଦ ପିଇ ପାଖାପାଖି ୨୦ ଜଣ ଅସୁସ୍ଥ ହୋଇ ପଡିଛନ୍ତି।ଏହି ଘଟଣାକୁ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟାରେ କହିଛନ୍ତି ଯେ, ବେଆଇନ ମଦ କାରବାରରେ ଯେଉଁମାନେ ଲିପ୍ତ ଅଛନ୍ତି ସେମାନଙ୍କ ବିରୁଦ୍ଧରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ।ରାଜ୍ୟରେ ଚୋରା ମଦ କାରବାରକୁ କିପରି ରୋକିହେବ ସେ ନେଇ ପଦକ୍ଷେପ ନୂଆ ଅବକାରୀ ନୀତିରେ ସାମିଲ କରାଯିବ ।ତେବେ ଚିକିଟିରେ ଯେଉଁମାନେ ମଦପିଇ ଅସୁସ୍ଥ ସେମାନଙ୍କ ସ୍ୱାସ୍ୟାବସ୍ଥା ଭଲ ଅଛି ବୋଲି ମନ୍ତ୍ରୀ […]

ଆସନ୍ତାବର୍ଷ ହେବ ଛାତ୍ରସଂସଦ ନିର୍ବାଚନ

ଭୁବନେଶ୍ୱର, ୧୯ା୮(ଏସଏସନିଉଜ) ଆସନ୍ତା ବର୍ଷରୁ ହେବ ଛାତ୍ର ସଂସଦ ନିର୍ବାଚନ ହେବାନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ବିଭିନ୍ନ କଲେଜରେ ଛାତ୍ର ସଂସଦ ନିର୍ବାଚନ ନେଇ ସମସ୍ତ ପ୍ରସ୍ତୁତି କରାଯିବ । ଛାତ୍ର ସଂସଦ ନିର୍ବାଚନ ନେଇ ନିଷ୍ପତ୍ତି ହୋଇସାରିଥିବା ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ।ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ନୂଆହାଟ ସ୍ଥିତ ବିଷ୍ଣୁ ସାମନ୍ତରାୟ ମହାବିଦ୍ୟାଳୟର ୪୫ ତମ ପ୍ରତିଷ୍ଠା ଦିବସରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ […]

ଶ୍ରୀମନ୍ଦିରରେ ମିଳିବ ମାଗଣା ମହାପ୍ରସାଦ

ପୁରୀ,୧୮ା୮(ଏସଏସନିଉଜ)ଶ୍ରୀମନ୍ଦିରକୁ ଆସୁଥିବା ପ୍ରତ୍ୟେକ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ । ପ୍ରତ୍ୟେକ ଦିନ ଲକ୍ଷେରୁ ଅଢେଇ ଲକ୍ଷ ଭକ୍ତ ପାଇବେ ପ୍ରସାଦ। ଏଥିପାଇଁ ବିଭିନ୍ନ ଦାତାଙ୍କ ସହ ଆଲୋଚନା ହୋଇଛି।ଏହି ପ୍ରକ୍ରିୟା ଆରମ୍ଭ ହେବା ପରେ ଯେଭଳି ଅଧାରୁ ବନ୍ଦ ନହୁଏ ସେ ଦିଗରେ ଆନୁସଙ୍ଗିକ ବ୍ୟବସ୍ଥା ମାନ ପ୍ରସ୍ତୁତ ହେଉଛିା ଶ୍ରୀମନ୍ଦିର ଆସୁଥିବା ପ୍ରତ୍ୟେକ ଭକ୍ତ ଅବଢ଼ା ଟିକିଏ ପାଇପାରିବେ ସେନେଇ ବ୍ୟବସ୍ଥା କରାଯାଉଛି ବୋଲି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି।ଏହାସହ ଶ୍ରୀମନ୍ଦିର ଭକ୍ତଙ୍କ ଗହଳି […]

ନବୀନନିବାସରେ ‘ଦମନ’ ଟିମ୍

ଭୁବନେଶ୍ବର,୧୭/୮(ଏସଏସନିଉଜ)ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ ।ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ରଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ […]

ଶ୍ରୀ ଜୟଦେବଶିକ୍ଷାକେନ୍ଦ୍ରରେ ୭୮ତମ ସ୍ୱାଧୀନତାଦିବସ ପାଳନ

ଚନ୍ଦ୍ରଶେଖରପୁର,୧୫/୮(ଏସଏସନିଉଜ) କାନନବିହାର ଫେଜ-୨ ସ୍ଥିତ ଶ୍ରୀଜୟଦେବ ଶିକ୍ଷାକେନ୍ଦ୍ରରେ ୭୮ ତମ ସ୍ୱାଧୀନତାଦିବସ ମହା ଆଡମ୍ବରରେ ପାଳିତ ହୋଇଯାଇଛି। ମୁଖ୍ଯ ଅତିଥିଭାବେ ଭାରତୀୟ ଶିକ୍ଷା ପରିଷଦର ପ୍ରଶିକ୍ଷକ ତଥା ବରିଷ୍ଠ ଶିକ୍ଷାବିତ୍ ବାବାଜୀ କୁମାରଙ୍କ ଉପସ୍ଥିତିରେ ପ୍ରଧାନଶିକ୍ଷକ ତଥା ସଂପାଦକ ପ୍ରଦୀପ କୁମାର ପାଣି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସମବେତ ଜାତୀୟ ସଂଗୀତଗାନ ପରେ ପ୍ରଧାନଶିକ୍ଷକ ତାଙ୍କର ଅଭିଭାଷଣରେ ଦେଶ ସ୍ଵାଧୀନ ହେବାରେ ମହାପୁରୁଷ ମାନଙ୍କର ଅବଦାନ ବିଷୟରେ ଆଲୋକପାତ କରିଥିଲେ ଓ ପିଲାମାନଙ୍କ ମନରେ ଦେଶଭକ୍ତି […]

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶ୍ୱର,୧୩ା୮(ଏସଏସନିଉଜ)ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ୬ ଲେନ୍ ବିଶିଷ୍ଟ ହେବ ଭୁବନେଶ୍ୱର-ପୁରୀ ରାସ୍ତା । ଖର୍ଚ୍ଚ ହେବ ୧୮ ଶହ କୋଟି ଟଙ୍କା ।ଏହାସହ ବ୍ୟସ୍ତବହୁଳ ବଡ଼ବିଲ-ଚଣ୍ଡିଖୋଲ ରାସ୍ତା ହେବ ୮ ଲେନ୍‌ାପ୍ରାୟ ୨ଶହ କିମି ରାସ୍ତା ବଡ଼ବିଲ-ଚଣ୍ଡିଖୋଲ ହେବ ୮ ଲେନ୍‌ାଗଡ଼କରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଏହି ସୂଚନା ରହିଛି ।୮ ଲେନ୍ ରାସ୍ତା ସହ ୨ ଲେନ୍ ସର୍ଭିସ ରୋଡ୍ ବି ରହିବାଖୋର୍ଦ୍ଧା-ନୟାଗଡ଼ ଏନ୍‌ଏଚ୍‌-୫୭ ହେବ ୪ ଲେନ୍‌ା୪ ଲେନ୍ ସହ […]