Browsing category

ରାଜନୀତି

ଗ୍ରାମାଞ୍ଚଳରେ ଚାଲିବ ପ୍ରାଣୀଆମ୍ବୁଲାନ୍ସ

ଭୁବନେଶ୍ବର,୮ା୧୦(ଏସଏସନିଉଜ)ଏଣିକି ଗ୍ରାମାଞ୍ଚଳରେ ଚାଲିବ ପ୍ରାଣୀ ଆମ୍ବୁଲାନ୍ସ ।ସହରାଞ୍ଚଳ ଭଳି ଗ୍ରାମାଞ୍ଚଳରେ ମଧ୍ୟ ଏହି ସୁବଧା ଉପଲବ୍ଧ ହେବ ।ଏହାସହ ୧୯୬୨ଟୋଲ ଫ୍ରି ନମ୍ୱର୍ ମଧ୍ୟଜାରି ହୋଇଛି । ୧୮୧ଟି ଆମ୍ବୁଲାନ୍ସ ଚାଲୁଥିବା ବେଳେ ଆଗକୁ ଆହୁରି ଏହାର ସଂଖ୍ୟା ବୃଦ୍ଧି କରାଯିବ। ଏହାକୁ ନେଇ ଗାଁ ଗାଁରେ ପ୍ରଚାର କରାଯିବ। ନୂଆ ଗୋଶାଳାକୁ ପଞ୍ଜୀକୃତ କରାଯିବ। ଉତ୍ପାଦିତ ଗୋବରକୁ ‘ମୋ ଖତ ଯୋଜନା’ରେ କୃଷି ବିଭାଗର ବ୍ୟବହାର ପାଇଁ ଦିଆଯିବ ବୋଲି କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ […]

୧୦ରୁ ଘରୋଇବସ୍ ଧର୍ମଘଟ

ଭୁବନେଶ୍ବର,୮ା୧୦(ଏସଏସନିଉଜ) ଆସନ୍ତା ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ୍ ଧର୍ମଘଟ ହେବବୋଲି ଅଲ ଓଡିଶା ବସ ମାଲିକ ସଂଘ ସାଧାରଣ ବୈଠକରେ ନିଷ୍ପତ୍ତି ହେଇଛି। ସ୍ମାରକପତ୍ର ମୁତାବକ କୌଣସି ଦାବି ସରକାର ମାନିନଥିବାରୁ ଦାବି ପୁରଣ ନହେବାପର୍ଯ୍ୟନ୍ତ  ସ୍କୁଲ, କଲେଜ, ଟୁର ଟ୍ରାଭେଲ ବସ ସହ ଘରୋଇ ବସ ବନ୍ଦ ରହିବ ବୋଲି ବସମାଲିକ ସଂଘର ସାଧାରଣସମ୍ପାଦକ ଦେବେନ୍ଦ୍ର ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।  

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ୱର,୮।୧୦(ଏସଏସନିଉଜ)ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।ବିଭିନ୍ନ ପୂଜାସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣ ଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।ଏହାଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ […]

ବାରଙ୍ଗରେ ବିକ୍ରିହେଉଛି ସରକାରୀଜାଗା!

ବାରଙ୍ଗ,୭ା୧୦(ଏସଏସନିଉଜ)ଗତକିଛିମାସଧରି ବାରଙ୍ଗ ତହସିଲ ଅଂଚଳରେ ଥିବା ସରକାରୀ ଜମି ଓ ଶଶ୍ମାନଜମିକୁ ଜବର ଦଖଲ ସାଙ୍ଗକୁ ଖୋଲାଖୋଲି ଭାବେ ବିକ୍ରି କରାଯାଉଛି । ସରକାରୀ ଜାଗାକୁ ମାଫିଆ ମାନେ ନିଜ ନିୟନ୍ତ୍ରଣକୁ ଆଣି ଜବରଦଖଲରେ ରଖି ତାହାକୁ ନିଜ ବ୍ୟବସାୟ ଉଦ୍ଦେଶ୍ୟରେ ବ୍ୟବହାର କରିବାକୁ ପଛଉନାହାନ୍ତି ।କେବଳ ଏତିକିନୁହେ କେତେକ ଜାଗାରେ ଏହି ସରକାରୀଜାଗାକୁ ବିକ୍ରି ମଧ୍ୟ କରାଯାଉଥିବାର ଜଣାପଡିଛି ।ଗତକିଛିମାସ ଧରି ଏହିଭଳି କାମ ବାରଙ୍ଗତହସିଲ ଅଧିନରେ ଥିବା ବିଭିର୍ଣ ଗ୍ରାମପାଖରେ ଥିବା ସରକାରୀ ଜାଗାରେ […]

ଭୁବନେଶ୍ୱରରେ ପହଁଚିଲା ସହିଦଙ୍କ ମରଶରୀର

ଭୁବନେଶ୍ୱର,୭।୧୦(ଏସଏସନିଉଜ)ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ସିକ୍କିମ ବନ୍ୟାରେ ସହିଦ ହୋଇଥିବା ସରୋଜ ଦାସଙ୍କ ସହିଦଙ୍କ ମରଶରୀର । ଭୁବନେଶ୍ୱର ବିମାନ ବନ୍ଦରରେ ସହିଦ ସରୋଜ ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି ।ସହିଦଙ୍କ ଶେଷଦର୍ଶନ ପାଇଁ ବିମାନ ବନ୍ଦରରେ ପହଞ୍ଚିଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ସେଠାରେ ସହିଦ ସରୋଜଙ୍କୁ ଉଭୟ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ଏହାପରେ ଶୋଭାଯାତ୍ରାରେ କାମାକ୍ଷାନଗର କେନ୍ଦୁଢିପ ଗାଁକୁ ଯିବ ମରଶରୀର । ସେଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସହିଦ […]

ଭୁବନେଶ୍ୱରରେ ରାତି ୧୨ଯାଏଁ ମେଲୋଡ଼ି

ଭୁବନେଶ୍ୱର,୫।୧୦(ଏସଏସନିଉଜ)ଆଉ ଦିନ କେଇଟା ପରେ ଧରାବତରଣ କରିବେ ମା ଦୁର୍ଗା।ଏଥିପାଇଁ ଚଳଚଞ୍ଚଳ ହୋଇଉଠିଲାଣି ଧରାପୃଷ୍ଟ।ବିଭିର୍ଣ ସ୍ଥାନରେ ମାଙ୍କ ପୂଜାପାଇ ଆରମ୍ଭ ହୋଇଗଲାଣି ପ୍ରସ୍ତୁତିପର୍ବ।ଆଜି ଭୁବନେଶ୍ୱରରେ ଥିବା ପୂଜାମଣ୍ଡପର କର୍ମକର୍ତା ମାନଙ୍କୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ସମେତ ପୂଜା କମିଟିର କର୍ମକର୍ତାମାନେ ଉପସ୍ଥିତ ଥିଲେ।ଏଥର ଭୁବନେଶ୍ୱର ପୂଜାରେ ରାତି ୧୨ଟା ଯାଏଁ ଚାଲିବ ମେଲୋଡ଼ି।ରାତି ୧୦ଟା ପରିବର୍ତ୍ତେ ରାତି ୧୨ଟା ପର୍ଯ୍ୟନ୍ତ ଚାଲିବ ମେଲୋଡ଼ି।ଦୁର୍ଗାପୂଜା , ଭସାଣି […]

୧୨ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ

ସୁନ୍ଦରଗଡ଼,୫ା୧୦(ଏସଏସନିଉଜ)ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଓ ଏଏସ୍‌ଆଇ ଆଲିଶ ନାରମି ଲୁଗୁନଙ୍କ ମୃତ୍ୟୁ ରହସ୍ୟର ପର୍ଦ୍ଦାଫାସ ଓ ହତ୍ୟାକାରୀଙ୍କ ବିରୋଧରେ କଡ଼ାକାର୍ଯ୍ୟାନୁଷ୍ଠାନ ଦାବି ନେଇ ଗୁରୁବାର ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ଡାକରା ଦିଆଯାଇଛି ।ବିଜେପି ମହିଳାମୋର୍ଚ୍ଚା ଓ ଆଦିବାସୀମୋର୍ଚ୍ଚା ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ଟାପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଇଛି ।ଯାହାଫଳରେ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ବ୍ୟାବସାୟିକ ପ୍ରତିଷ୍ଠାନ, ସ୍କୁଲ, କଲେଜ ବନ୍ଦ ରହିଛି। ସେହିପରି ସମସ୍ତ ଗାଡ଼ିମଟର ଚଳାଚଳ ମଧ୍ୟ […]

ବିବାହ କରିବେ ତିର୍ତ୍ତୋଲବିଧାୟକ

ଭୁବନେଶ୍ୱର,୫ା୧୦(ଏସଏସନିଉଜ) ବିବାହ କରିବେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ସୋମାଲିକା ବଦଳରେ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ ପାଇଁ ଆବେଦନ କରିଛନ୍ତି । କଟକ ବିବାହ ପଞ୍ଜୀକରଣ  କାର୍ଯ୍ୟାଳୟରେ କରିଛନ୍ତି ଆବେଦନା ୨୧ ତାରିଖରେ ବିବାହ ପାଇଁ ଆବେଦନ କରିଛନ୍ତି । ସୋମାଲିକାଙ୍କ ସହ ପ୍ରେମ ସଂପର୍କକୁ ନେଇ ଚର୍ଚ୍ଚାରେ ଥିଲେ ବିଜୟ ।ପର୍ବରୁ ବାନ୍ଧବୀ ସୋମାଲିକାଙ୍କୁ ବିବାହ ପାଇଁ ଆବେଦନ କରିଥିଲେ ।ବିଜୟଶଙ୍କର-ସୋମାଲିକା ମାମଲା କୋର୍ଟରେ ବିଚାରାଧୀନ ରହିଛି ।

ନବୀନ କହିଲେ ଶ୍ରଦ୍ଧା କିଏ…..

ଭୁବନେଶ୍ବର,୩ା୧୦(ଏସଏସନିଉଜ) ଶ୍ରଦ୍ଧା କିଏ ବୋଲି ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଧାନସଭାରେ ବିବୃତି ରଖି ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ.ଶ୍ରଦ୍ଧା ମୋ ଫିଜିଓ ଥେରାପିଷ୍ଟ ବୋଲି କହିଲେ ମୁଖ୍ୟମନ୍ତ୍ରୀ.ମୋ ଭଉଣୀ ଗୀତା ମେହେଟ୍ଟା ତାଙ୍କୁ ପଠାଇଥିଲୋ ମୋ ଫିଜିକାଲ ଫିଟ୍‌ନେସ୍ ପାଇଁ ମୋ ଭଉଣୀ ପଠାଇଥିଲେ ବୋଲି ନବୀନ କହିଛନ୍ତି ।ଅନ୍ୟପଟେ ଶ୍ରଦ୍ଧା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ମନ୍ତବ୍ୟ.ରଖିଛନ୍ତି ।ସେକହିଛନ୍ତି ମନ୍ଦିର ଭିତରେ କିଏ ନା ମୁଁ କଦଳୀ […]

ଶୁଭାରମ୍ଭ କଲେ ନବୀନ

ଭୁବନେଶ୍ୱର,୨ା୧୦(ଏସଏସନିଉଜ) ବିଜେଡ଼ିର ଜନସଂପର୍କ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଇବା ଓ ଲୋକଙ୍କର ନିକଟତର ହେବା ଏହାର ମୁଖ୍ୟ ଉଦ୍ଦେଶ୍ୟ ରହିଛି । ଏହିଅବସରରେ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ଭୁଲିନାହାନ୍ତି ନବୀନ ।ସେକହିଛନ୍ତି ବିରୋଧୀ ବିକାଶ ବିରୋଧୀ ଓ ଜନବିରୋଧୀ ।ଓଡ଼ିଶାର ବିକାଶରେ ବିରୋଧୀ ଦଳ ଖୁସି ନାହାନ୍ତିା ଲୋକଙ୍କୁ ଭୁଲ୍ ଖବରଦେବା , ଭ୍ରମିତକରିବା ସେମାନଙ୍କ କାମ ହୋଇଛି।ନିର୍ବାଚନ ଆସିଲେ ସେମାନେ ଏମିତି କାମ […]