ଭୁବନେଶ୍ଵର,୨୬।୧୦(ଏସଏସନିଉଜ)ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ ହୋଇଛି।ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ୍ କରାଯାଇଛି।ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରିଛନ୍ତି ବାଲେଶ୍ବର ଜିଲ୍ଲାପାଳ।ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ ହୋଇଥିବା ବେଳେ ମୁଖ୍ୟାଳୟ ଛାଡ଼ିବା ଉପରେ କଟକଣା ରହିଛି।କେନ୍ଦ୍ରାପଡ଼ା ଜିଲ୍ଲାରେ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡ଼ିବା ମନା କରାଯାଇଛି।ମାଲକାନଗିରିରେ ୨୭ରୁ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ।କୋରାପୁଟରେ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ।କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ ହୋଇଛି।