ଚର୍ଚ୍ଚିତ ଓଡ଼ିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୧୯/୬(ଏସ ଏସ ନିୟୁଜ)ବିଶିଷ୍ଠ ଓଲିଉଡ୍‌ ସିଙ୍ଗର ତପୁ ମିଶ୍ରଙ୍କର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର  ଦେହାନ୍ତ ଘଟିଛି। କରୋନାରେ ସୁସ୍ଥ ହେବା ପରେ ତାଙ୍କ ଶରୀରରେ ଲଗାତାର ଅକ୍ସିଜେନ୍‌ ଲେବଲ୍‌ କମି ଥିଲା। ପରେ ତାଙ୍କର ଆଇସିୟୁରେ ଚିକିତ୍ସା ଜାରି ରହିଥିଲ।  ପ୍ରଥମେ ଗୋଟିଏ ହସ୍ପିଟାଲରେ ୬ଦିନ ଚିକିତ୍ସା ପରେ ଆଉ ଏକ ହସ୍ପିଟାଲକୁ ତାଙ୍କୁ ଚିକିତ୍ସା ଲାଗି ସ୍ଥାନାନ୍ତର କରାଯାଇଥିଲା ।ଓଡ଼ିଶାର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି।

 

 

Comments (0)
Add Comment