କଂଗ୍ରେସ ଛାଡ଼ିଲେ ପ୍ରଦୀପ ମାଝୀ

ଭୁବନେଶ୍ୱର,୨୨/୧୦(ଏସଏସନିୟୁଜ) କଂଗ୍ରେସ ଦଳ ଛାଡ଼ିଲେ ନବରଙ୍ଗପୁରର ପୂର୍ବତନ ସାଂସଦ ତଥା ବରିଷ୍ଠ ନେତା ପ୍ରଦୀପ ମାଝୀ । ଆଜି କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବାସହ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସେ ନିଜର ଇସ୍ତଫାପତ୍ର ପଠାଇଛନ୍ତି । ଦେଇଛନ୍ତି ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝୀ । ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସେ ନିଜର ଇସ୍ତଫାପତ୍ର ପଠାଇଛନ୍ତି । ଅତ୍ୟନ୍ତ କଷ୍ଟର ସହ ସେ ଏଭଳି ନିଷ୍ପତ୍ତି ନେଇଥିବାର ଚିଠିରେ ଉଲ୍ଲେଖ କରିଥିବା ସହ କାମ କରିବାକୁ ସୁଯୋଗ ଦେଇଥିବାରୁ କଂଗ୍ରେସକୁ ଧନ୍ୟବାଦ ଜଣାଇଛନ୍ତି ।

Comments (0)
Add Comment