ଦେଶର ପ୍ରଥମ ସହର ଭାବରେ ପୁରୀରେ Drink from Tap

ଭୁବନେଶ୍ୱର,୨୬/୭(ଏସ ଏସ ନିୟୁଜ) ଆଜି ପୁରୀରେ Drink from Tap ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାରେ ପୁରୀ ହେଉଛି ଦେଶର ପ୍ରଥମ ସହର। ଏହାଦ୍ବାରା ପୁରୀର ଜନସାଧାରଣ tapରୁ ସିଧାସଳଖ ଉଚ୍ଚମାନର ପିଇବା ପାଣି ପାଇଲେ । ପିଇବା ପାଣିକୁ ଗଛିତ କରି ରଖିବା ଦରକାର ନାହିଁ, କିମ୍ବା ଫିଲଟର୍‌ କରିବା ମଧ୍ୟ ଆବଶ୍ୟକ ନାହିଁ । ବିଶ୍ବର କେବଳ ବଡ ବଡ ସହର ମାନଙ୍କରେ ଏଭଳି ସୁବିଧା ମିଳେ । ଏହାଦ୍ବାରା ପୁରୀର ଅଢେଇ ଲକ୍ଷ ଜନସାଧାରଣଙ୍କ ସହିତ ବର୍ଷକୁ ଆସୁଥିବା ୨ କୋଟି ପର୍ଯ୍ୟଟକ ଉପକୃତ ହେବେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଦିନଟି କେବଳ ପୁରୀ ନୁହେଁ, ସାରା ଓଡିଶାର ବିକାଶ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡିଛି । ମହାପ୍ରଭୁଙ୍କ ଧାମ ପୁରୀରେ ସବୁ ପରିବାରକୁ ଆଜିଠାରୁ ଟ୍ୟାପରେ ଭଲ ପିଇବା ପାଣି ମିଳିଲା । Drink from Tap ବା ସୁଜଳ ଯୋଜନାରେ ଆପଣମାନେ ସିଧା tapରୁ ପାଣି ଆଣି ପିଇପାରିବେ। Storage ବା Filter କିଛି ବି ଦରକାର ନାହିଁ। ଦିନରାତି ୨୪ ଘଣ୍ଟା ଏହି ସେବା ମିଳିବ।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ସାରା ଦେଶରେ Drink from Tap କାର୍ଯ୍ୟକାରୀ ହେବାରେ ପୁରୀ ପ୍ରଥମ। ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ । ଆମର ମେଟ୍ରୋ ସହର ମାନଙ୍କରେ ବି, ଏ ସୁବିଧା ନାହିଁ । ଏ ଯୋଜନା ପାଇଁ ପୁରୀ ଆଜି London, New York, Singapore ଆଦି ବିଶ୍ବର ବଡ ବଡ ସହର leagueରେ ସାମିଲ ହୋଇପାରିଛି । ଏହା ସମସ୍ତଙ୍କ ପାଇଁ ଖୁସିର କଥା ବୋଲି ସେ କହିଥିଲେ ।
୯ ମାସ ମଧ୍ୟରେ ପୁରୀର ୨.୫ ଲକ୍ଷ ଲୋକଙ୍କ ପାଇଁ Drink from Tap ସୁବିଧା ମିଳିବା ସହିତ ପୁରୀକୁ ପ୍ରତି ବର୍ଷ ୨ କୋଟି tourist ମଧ୍ୟ ଏହି ସୁବିଧା ପାଇପାରିବେ । ସେମାନଙ୍କୁ ମଧ୍ୟ ଆଉ water bottle ଧରି ବୁଲିବାକୁ ପଡିବ ନାହିଁ । ଏହି ପ୍ରକଳ୍ପରେ ବଡଦାଣ୍ଡ ସହିତ ସହରର ୪୦୦ଟି ଜାଗାରେ water fountain କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ୪୦୦ ମେଟ୍ରିକ ଟନ୍‌ plastic wasteରୁ ମଧ୍ୟ ସହର ରକ୍ଷା ପାଇପାରିବ।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ୫ଟି Transformative Initiativeର ଏହା ହେଉଛି ଶ୍ରେଷ୍ଠ ମଡେଲ। ଭଲ ପିଇବା ପାଣିର ସ୍ବାସ୍ଥ୍ୟ, ଜୀବନଧାରଣର ମାନ ଓ ଅର୍ଥନୀତି ସହ ଗଭୀର ସଂପର୍କ ରହିଛି । ତେଣୁ ପାଣିକୁ କେବେ ନଷ୍ଟ କିମ୍ବା ଦୂଷିତ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ଭଲ ପିଇବା ପାଣି ପାଇଁ ବଜେଟକୁ ୫ ବର୍ଷରେ ୨୦ ଗୁଣ ବୃଦ୍ଧି କରାଯାଇଛି ଓ ୨୦୦ କୋଟିର ବଜେଟ ଆଜି ୪ ହଜାର କୋଟି ଟଙ୍କାରେ ପହଞ୍ଚିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।ପ୍ରଥମେ ନଗର ଉନ୍ନୟନ ମନ୍ତ୍ରୀ ଟ୍ୟାପ୍ ରୁ ପାଣି ପିଇଥିଲେ ।ପରେ ପୁରୀ ବଳିଆପଣ୍ଡାର ଦୁଇ ଜଣ ମହିଳା ଟ୍ୟାପ୍‌ରୁ ପାଣି ପିଇ ଏହି କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ସେମାନେ କହିଥିଲେ ଯେ ଆଗରୁ ଆମେ ପାଣି ପାଇଁ ଅନେକ ସମସ୍ୟାର ସମ୍ମୁଖୀନ ହେଉଥିଲୁ । ଏବେ ଆମ ସମସ୍ୟା ଦୂର ହେଲା ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିବାବେଳେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ୍ ସ୍ବାଗତ ଭାଷଣ ଓ WATCOର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପି.କେ. ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ
ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ,ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ନଗର ବ୍ୟାପାର ସଚିବ ଶ୍ରୀ ଦୁର୍ଗାଶଂକର ମିଶ୍ର ପ୍ରମୁଖ ଯୋଗଦେଇଥିଲେ।
କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ସମୀର ଦାଶ, ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଂଜୟ ଦାସବର୍ମା, ସାଂସଦ ଶ୍ରୀ ପିନାକୀ ମିଶ୍ର, ବିଧାୟକ ଶ୍ରୀ ଜୟନ୍ତ ଷଡଙ୍ଗୀ, ଶ୍ରୀ ଉମା ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Comments (0)
Add Comment