ଭୁବନେଶ୍ଵର,୫।୫(ଏସଏସନିୟୁଜ)ଦୀଘା ମନ୍ଦିରରୁ ହଟିଲା ଜଗନ୍ନାଥ ଧାମ ନାମଫଳକ ବୋଲି Xରେ ସୂଚନା ଦେଲେ ବିଜେପି ମିଡିଆ ସେଲ୍ ଅଧ୍ୟକ୍ଷ ଅମିତ ମାଲବ୍ୟ।ଜଗନ୍ନାଥ ପ୍ରେମୀଙ୍କ ବିରୋଧ ପରେ ପଶ୍ଚିମବଙ୍ଗ ସରକାର କାଢ଼ିଥିବା ସୂଚନା ମିଳିଛି।ହିନ୍ଦୁ ଏକତାର ବିଜୟ ଓ ମମତାଙ୍କ ପ୍ରତି ଶକ୍ତ ଧକ୍କା ବୋଲି ଏକ୍ସରେ ଲେଖିଲେ ଅମିତ ମାଲବ୍ୟ।ଯେତେବେଳେ ହିନ୍ଦୁ ଏକାଠି ହେବେ, କୌଣସି ହୀନ ରାଜନୀତି ତିଷ୍ଠିବନି ବୋଲି ସେ କହିଛନ୍ତି।