ଗଡିଲା ଦୁଇ ବନ୍ଦେ ଭାରତଏକ୍ସପ୍ରେସ୍

ରାଉରକେଲା୧୫ା୯(ଏସଏସନିଉଜ) ଓଡ଼ିଶାରୁ ଦୁଇ ବନ୍ଦେଭାରତ ଏକ୍ସପ୍ରେସ୍ ଗଡ଼ିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଏହା ସହିତ ରାଉରକେଲା-ହାୱଡ଼ା ବନ୍ଦେ ଭାରତର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ଭର୍ଚ୍ଚୁଆଲ ମାଧ୍ୟମରେ କରିଛନ୍ତି। ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋଡ଼ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗଡ଼ ନୟାଗଡ଼ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ।ସେହିପରି ରାଉରକେଲା ଷ୍ଟେସନରୁ ପ୍ରଧାନମନ୍ତ୍ରୀ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଉରକେଲା ଷ୍ଟେସନରେ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ।ରାଉରକେଲା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱଡ଼ା ମଧ୍ୟରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଅଟକିବ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ୬ଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ପତାକା ଦେଖାଇ କରିଛନ୍ତି। ଓଡ଼ିଶାରୁ ଦୁଇଟି ବନ୍ଦେ ଭାରତ ଗଡ଼ିଥିବାବେଳେ ଅନ୍ୟ ୪ଟି ବନ୍ଦେ ଭାରତ ଏକ୍ସପ୍ରେସ୍ ମଧ୍ୟ ଶୁଭାରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଭିତ୍ତିଭୂମି କ୍ଷେତ୍ରରେ ସାରା ଦେଶ ବିଶ୍ୱର ଅଗ୍ରଣୀ ବିକଶିତ ଦେଶମାନଙ୍କ ସହିତ ସମକକ୍ଷ ହୋଇପାରିଛି ଏବଂ ଦେଶରେ ବିକାଶର ଏକ ନୂଆ ଲହରି ଆରମ୍ଭ ହୋଇଛି। ମୋଦୀଜୀଙ୍କ ନେତୃତ୍ୱରେ ଆମ ଦେଶର ୧୪୦ କୋଟି ଜନ ସାଧାରଣ ଏକ ବିକଶିତ ଭାରତର ଲକ୍ଷ୍ୟ ଆଡକୁ ଅଗ୍ରସର ହେଉଛନ୍ତିବୋଲି ମୁଖ୍ୟମନ୍ତ୍ରୀ ମୋହନଚରଣମାଝୀ କହିଛନ୍ତି ।

 

Comments (0)
Add Comment