ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ

ଭୁବନେଶ୍ୱର,୧୮/୯(ଏସଏସନିୟୁଜ) ରାଜ୍ୟପାଳ ବନୱାରୀଲାଲ ପୁରୋହିତଙ୍କୁ ଭେଟି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଦୀର୍ଘ ଦିନ ଧରି ପଞ୍ଚାବ କଂଗ୍ରେସରେ କନ୍ଦଳ ବଢ଼ିବାବେଳେ ଦଳୀୟ ଅନ୍ତଃକନ୍ଦଳରେ ଅତିଷ୍ଠ ହୋଇ ଅମରିନ୍ଦର ସିଂହ ଇସ୍ତଫା ଦେଇଥିବା ଜଣାପଡିଛି ।ଯାହାକୁ ନେଇ ପଞ୍ଜାବ କଂଗ୍ରେସରେ କନ୍ଦଳ ଜଟିଳ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ପଦରୁ ଅମରିନ୍ଦର ସିଂହ ଇସ୍ତଫା ଦେବାପରେ ହାଇକମାଣ୍ଡ. କାହାକୁ ମୁକୁଟ ପିନ୍ଧାଇବେ ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

Comments (0)
Add Comment