ଇସ୍ତଫା ଦେଲେ ଶରଦ ପାୱାର !

ଭୁବନେଶ୍ୱର,୨ା୫(ଏସଏସନିଉଜ)ମହାରାଷ୍ଟ୍ରର ପୂର୍ବତନମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ଶରଦପାୱାର ନିଜଦଳ ରାଷ୍ଟ୍ରବାଦୀ କଂଗ୍ରେସପାର୍ଟି (ଏନସିପି)ର ସଭାପତିପଦରୁ ଇସ୍ତଫା ଘୋଷଣା କରିଛନ୍ତି। ହଠାତ୍ ପାୱାରଙ୍କ ଇସ୍ତଫା ଘୋଷଣା ମହାରାଷ୍ଟ୍ରସମେତ ସମଗ୍ରଦେଶରେ ଚର୍ଚ୍ଚାରବିଷୟ ପାଲଟିଛି। ମହାରାଷ୍ଟ୍ର ରାଜନୀତିର ଚାଣକ୍ୟ ଭାବେ ପରିଚିତ ଶରଦ ପାୱାର ଦଳର ସଭାପତି ପଦରୁ ଇସ୍ତଫା ଦେଇଥିଲେ ମଧ୍ୟ କିଏ ତାଙ୍କର ଉତ୍ତରାଧିକାରୀ ଭାବେ ଦାୟିତ୍ଵ ନେବ ସେନେଇ କୌଣସି ସୂଚନା ମିଳିନାହିଁ।ଦେଶର ଅନ୍ୟତମ ବିରୋଧୀ ନେତା ଶରଦ ପାୱାର କଂଗ୍ରେସ ଠାରୁ ଅଲଗା ହୋଇ ନିଜର ଦଳ ଏନସିପି ଗଠନ କରିଥିଲେ। ସେବେଠାରୁ ସେ ଦଳର ରାଷ୍ଟ୍ରୀୟ ସଭାପତି ପଦରେ ରହିଥିଲେ।

Comments (0)
Add Comment