ଜାନୁଆରି ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା

ପୁରୀ,୩ା୧୧(ଏସଏସନିଉଜ)ଜାନୁଆରି ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପକୁ ଲୋକାର୍ପଣ କରିବେ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ। ଜାନୁଆରି ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହୋଇ ୫ ଦିନ ଚାଲିବ ।ଏହାପରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା କରାଯିବ। ୫ ଦିନ ଧରି ଭବ୍ୟ କାର‌୍ୟ୍ୟକ୍ରମର ଆୟୋଜନ କରାଯିବ ବୋଲି ସେ କହିଛନ୍ତି । ଗଜପତି ମହାରାଜା ଦିବ୍ୟସିଂହ ଦେବ।ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂର୍ବରୁ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମର ସମୀକ୍ଷା କରିଛନ୍ତି ।

 

Comments (0)
Add Comment