ଭୁବନେଶ୍ଵର,୧୦।୫(ଏସଏସନିୟୁଜ)ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପାଇଁ ସହମତି ହୋଇଛି ବୋଲି ସୂଚନା ଦେଲେ ବୈଦେଶିକ ସଚିବ ବିକ୍ରମ ମିଶ୍ରି।ଭାରତୀୟ ସମୟ ଆଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି।ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ସହମତି।ଉଭୟ ଦେଶ ସହମତି ଜଣାଇଥିବା କହିଲେ ବିକ୍ରମ ମିଶ୍ରି।ଦୁଇ ଦେଶର DGMO ସ୍ତରୀୟ କଥାବାର୍ତ୍ତା ପରେ ସହମତି।
ଆଜି ଅପରାହ୍ନ ୩ଟା ୩୫ରେ DGMO ସ୍ତରୀୟ କଥାବାର୍ତ୍ତା ହୋଇଥିଲା।୩ ବାହିନୀକୁ ଉଭୟ ଦେଶ ପକ୍ଷରୁ ସହମତି କଥା ଜଣାଇ ଦିଆଯାଇଛି।ଆସନ୍ତା ୧୨ ତାରିଖ ୧୨ଟାରେ DGMO ସ୍ତରୀୟ ପୁଣି ଆଲୋଚନା ହେବ ବୋଲି ଜଣାପଡିଛି।