କାଲି ସବୁ ଏସ୍‌ପି ଅଫିସ ଆଗରେ ଧାରଣା ଦେବ ବିଜେପି

ଭୁବନେଶ୍ୱର,୫/୫(ଏସ ଏସ ନିଉଜ)ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ଆସନ୍ତାକାଲି ସବୁ ଏସ୍‌ପି ଅଫିସ ଆଗରେ ବିଜେପିଧାରଣା ଦେବା ନେଇ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଆଜି ସୂଚନା ଦେଇଛନ୍ତି।ଏହାସହ ତିଲେଇବଣି ବିଡିଓଙ୍କୁ ଗିରଫ ଦାବିରେ ଦଳ ଆସନ୍ତାକାଲି ଏନେଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିବ ବୋଲି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ କହିଛନ୍ତି।

Comments (0)
Add Comment