କେନ୍ଦ୍ର ପର୍ଯ୍ୟଟନମନ୍ତ୍ରୀଙ୍କୁ ଭେଟିଲେ ବିଜେପି ସାଂସଦ

ଭୁବନେଶ୍ୱର,୮/୨(ସତ୍ୟସନ୍ଧାନ ଡେସ୍କ)ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାର ବିଜେପିର ସାଂସଦମାନେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଭେଟି ଆଲୋଚନା କରିଛନ୍ତି । ଓଡ଼ିଶାବାସୀ ତଥା ହିନ୍ଦୁଙ୍କର ଧାର୍ମିକ ବିଶ୍ୱାସ ଓ ଭାବାବେଗକୁ ଦୃଷ୍ଟିରେ ରଖି ଜୀତୀୟ ଐତିହ୍ୟ ପ୍ରାଧିକରଣ (ଏନଏମଏ)ର ଉପନିୟମ(ବାଏ-ଲ)କୁ ସ୍ଥଗିତ ରଖିବା ନେଇ ସାଂସଦମାନେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଥିଲେ ।ଏ ସମ୍ପନ୍ଧରେ ଏକ ଦାବୀ ପତ୍ର ପ୍ରଦାନ କରିବା ସହ ଆଗକୁ ଏହାର ସମାଧାନ ପାଇଁ କଣ ରାସ୍ତା ବାହାରିପାରିବ ସେ ନେଇ ସାଂସଦମାନେ ବିଭାଗୀୟ ମନ୍ତ୍ରୀଙ୍କ ସହ ବିଚାର ବିମର୍ଷ କରିଥିଲେ ।

Comments (0)
Add Comment