ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେଲେ ଏକନାଥ ସିନ୍ଦେ

ଭୁୁବନେଶ୍ୱର,୩୦/୬(ଏସଏସନିଉଜ)ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଏକନାଥ ସିନ୍ଦେ । ଏହାସହ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଭଗତ ସିଂ କୋସିୟାରି ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।ନୂଆ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସଙ୍କୁ ଟୁଇଟ କରି ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏକ ମୋଦୀ ଲେଖିଛନ୍ତି ଯେ ଏକନାଥ ସିନ୍ଦେ ଜଣେ ତୃଣମୂଳ ସ୍ତରର କର୍ମୀ ଓ ତାଙ୍କର ଅନେକ ବର୍ଷର ରାଜନୈତିକ ଓ ପ୍ରଶାସନିକ ଅଭିଜ୍ଞତା ରହିଛି । ସେ ମହାରାଷ୍ଟ୍ରକୁ ଏକ ନୂଆ ଉଚ୍ଚତାକୁ ନେବାରେ ସହାୟକ ହେବେମୋଦୀ ଟୁଇଟ କରି ଲେଖିଛନ୍ତି ।

 

 

Comments (0)
Add Comment