ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

 

ଭୁବନେଶ୍ୱର,୨୨/୧(ଏସ ଏସ ନିଉଜ) ଆଜି ଅପରାହ୍ନ ରେ ବାଲେଶ୍ବର ର ସୋରୋ ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସୂଚନାଯୋଗ୍ୟ ଯେ, ବସ୍ ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

Comments (0)
Add Comment