ନନ୍ଦନକାନନକୁ ଆସିଲା ଉଦ୍ଧାର ବଜ୍ରକାପ୍ତା

ବାରଙ୍ଗ,୯ା୮(ଏସଏସନିଉଜ)ନବରଙ୍ଗପୁର ଡିଭିଜନ ନିକଟସ୍ଥ ଜଙ୍ଗଲରୁ ବନବିଭାଗ ଦ୍ବାରା ଉଦ୍ଧାର ହୋଇଥିବା ଏକ ୫ବର୍ଷର ବଜ୍ରକାପ୍ତାକୁ ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ଅଣାଯାଇଛି। ନନ୍ଦନକାନନରଡାକ୍ତରମାନଙ୍କ ତତ୍ତ୍ବାବଧାନରେ ବଜ୍ରକାପ୍ତାଟିକୁ ନନ୍ଦନକାନନର ବନ୍ୟପ୍ରାଣୀ ଚିକିତ୍ସାଳୟରେ ତାର ପ୍ରାଥମିକ ଚିକିତ୍ସା କରାଯାଇ ତାକୁ ବଜ୍ରକାପ୍ତା ପ୍ରଜନନ କେନ୍ଦ୍ରରେ ଛଡାଯାଇଛି।ଉଦ୍ଧାର ବଜ୍ରକାପ୍ତାର ଲିଙ୍ଗଚିହ୍ନଟ ହୋଇନଥିବାବେଳେ ନନ୍ଦନକାନନରେ ଏମାନଙ୍କ ସଂଖ୍ୟା ଆଶାଶୀତ ଭାବେ ବୃଦ୍ଧିପାଇ ୨୫କୁ ପହଁଚିଛି । ତେବେ ଆସିଥିବା ବଜ୍ରକାପ୍ତାଟି ସୁସ୍ଥଥିବାର ଜଣାପଡିଛି।

Comments (0)
Add Comment