ବିନା ପରିଚୟପତ୍ରରେ ବି ହୋଇପାରିବ ଟିକାକରଣ

ଭୁବନେଶ୍ୱର,୧୨/୫(ଏସଏସନିୟୁଜ) ପରିଚୟ ପତ୍ର ନଥିଲେ ବି ହୋଇପାରିବ ଟିକାକରଣ । ପରିଚୟ ପତ୍ର ନଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ସେମାନଙ୍କୁ କିଭଳି ଟିକାକରଣ ପ୍ରକ୍ରିୟାରେ ସାମିଲ କରିବାକୁ ସମସ୍ତ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ କମିଶନରଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ(ସ୍ୱାସ୍ଥ୍ୟ ବିଭାଗ)ଙ୍କ ଚିଠି ଲେଖିଲେ ୧୮ ବର୍ଷରୁ ଅଧିକ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ଟିକାକରଣ ପାଇଁ ତ୍ୱରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ସାଧୁସନ୍ଥ, ଭିକାରୀ, କଏଦୀ, ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ପାଖରେ କୌଣସି ପରିଚୟ ପତ୍ର ନଥିବାରୁ ଏମାନଙ୍କ ଟିକାକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବ । ପରିଚୟ ପତ୍ର ନଥିଲେ ବି ଏମାନେ ସ୍ୱତନ୍ତ୍ର ଟିକା ଅଭିଯାନରେ ସାମିଲ ହୋଇପାରିବେ । କୋ-ୱିନ ପୋର୍ଟାଲରେ ହେବ ସ୍ୱତନ୍ତ୍ର ଅଧିବେଶନ ।ତେବେ ଟିକା ପାଇଁ ପଞ୍ଜିକରଣ କରିବାକୁ ହେଲେ ୭ଟି ପରିଚୟ ପତ୍ର ମଧ୍ୟରୁ ଗୋଟିଏ ଦେଖାଇବାକୁ ପଡୁଛି।

Comments (0)
Add Comment