ପଙ୍ଗପାଳ ଉପଦ୍ରବ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର୨/୬(ଏସ୍ ଏସ୍ ନ୍ୟୁଜ) ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରାଜ୍ୟରେ ସମ୍ଭାବ୍ୟ ପଙ୍ଗପାଳ ଉପଦ୍ରବ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରାଯାଇଥିଲା । ପଙ୍ଗପାଳମାନଙ୍କ ଗତିବିଧି ଉପରେ ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ତୀକ୍ଷଣ ନଜର ରଖିବା ସହିତ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ଉପରେ ବୈଠକରେ
ଗୁରୁତ୍ବ ଆରୋପ କରାଯାଇଥିଲା । ପଙ୍ଗପାଳ ନିୟନ୍ତ୍ରଣ ପାଇଁ ଆବଶ୍ୟକ ହେଲେ ଦମକଳ ଜରିଆରେ ପ୍ରଭାବିତ ଅଞ୍ଚଳରେ ଔଷଧ ସିଞ୍ଚନ ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି
। ରାଜ୍ୟରେ ପଙ୍ଗପାଳ ଉପଦ୍ରବକୁ ନିୟନ୍ତ୍ରଣ କରିବା ପାଇଁ ଉଭୟ ରାଜ୍ୟ ଓ ଜିଲ୍ଲା ସ୍ତରରେ କଣ୍ଟ୍ରାଲ ରୁମ ଖୋଲାଯାଇଛି । ରାଜ୍ୟର ସାଢ଼େ ଛଅ ଲକ୍ଷ ଚାଷୀଙ୍କୁ ଏ ସଂକ୍ରାନ୍ତୀୟ ହ୍ମାଝିଅପ
ମେସେଜ ଏବଂ ଆଠ ଲକ୍ଷ ଚାଷୀଙ୍କୁ ଭଏସ । ମେସେଜ ପଠାଯିବ ସହିତ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ନିୟମିତ ଚାଷୀଙ୍କ ସହ ଯୋଗାଯୋଗ ରେ ଅଛି ।

Comments (0)
Add Comment