ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ

ଭୁବନେଶ୍ୱର,୮ା୮(ଏସଏସନିଉଜ) ଦୀର୍ଘ ଦିନର ଅସୁସ୍ଥତା ପରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସିପିଏମ ନେତା ବୁଦ୍ଧଦେବ ଭଟ୍ଟାଚାର୍ୟ୍ୟଙ୍କ ଗୁରୁବାର ସକାଳେ କୋଲକାତାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ଜୁଲାଇ ୨୯ ତାରିଖରେ ଭଟ୍ଟାଚାର୍ୟ୍ୟଙ୍କୁ ଆଲିପୋରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।ଏକାଧିକ ରୋଗ ସହ ସେ ନିମୋନିଆରେ ଚିକିତ୍ସିତ ହେଉଥିଲେ ଏବଂ ତାଙ୍କୁ ଭେଣ୍ଟିଲେସନରେ ରଖିବାକୁ ପଡିଥିଲା।ବଙ୍ଗଳାରେ ୩୪ ବର୍ଷ ବାମପନ୍ଥୀ ଶାସନ କାଳରେ ଭଟ୍ଟାଚାର୍ୟ୍ୟ ଦ୍ୱିତୀୟ ଏବଂ ଶେଷ ସିପିଏମ ମୁଖ୍ୟମନ୍ତ୍ରୀ ଯିଏକି ୨୦୦୦ ରୁ ୨୦୧୧ ପର୍ୟ୍ୟନ୍ତ କ୍ରମାଗତ ୧୧ ବର୍ଷ କାର୍ୟ୍ୟ କରିଥିଲେ।

Comments (0)
Add Comment