ପ୍ରଦୀପ କୁମାର ରଥଙ୍କୁ ବାନ୍ଧିଲା ଭିଜିଲାନ୍ସ

କଟକ,୬ା୮(ଏସଏସନିଉଜ) ଓଡ଼ିଶା ସେତୁ ଓ ନିର୍ମାଣ ନିଗମ (ଓବିସିସି)ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଭିଜିଲାନ୍ସ ଗିରଫ କରିଛି ।ଆୟବହିର୍ଭୂତ ସମ୍ପତ୍ତି ଠୁଳ ଏକ କେଜିର ସୁନା ଅଳଙ୍କାର, ୩୦୦ ଗ୍ରାମ ରୁପା, ୧ କୋଟି ୩୮ ଲକ୍ଷ ଟଙ୍କାର ଜମା, ୪୨ଟି ପ୍ଲଟ୍ ସମେତ ମୂଲ୍ୟବାନ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ ହୋଇଛି। କଟକ ଭିଜିଲାନ୍ସ ଟିମ୍ ଭୁବନେଶ୍ବର, କଟକ, ଭଦ୍ରକ, ଯାଜପୁର ଓ ଖୋର୍ଧାର ୧୨ଟି ସ୍ଥାନରେ ସୋମବାର ଚଢ଼ଉ କରିଥିବାବେଳେ ଶ୍ରୀ ରଥଙ୍କ ସମ୍ପତ୍ତି ପରିମାଣ ବୃଦ୍ଧି ପାଇବାକୁ ଯାଉଛି। ଆଖି ଖୋସି ହେଲା ଭଳି ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀମାନେ ବି ତାଜୁବ ହୋଇ ଯାଇଛନ୍ତି।

Comments (0)
Add Comment