ଭୁବନେଶ୍ୱର, ୧୩/୧୧(ଏସଏସନିୟୁଜ)ପୁଣି ଆସୁଛି ଆଉ ଏକ ଲଘୁଚାପ । ଶନିବାର ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୧୬ ଓ ୧୭ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି ବୋଲି ଭୁବେନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲା ଓ ୧୩ରୁ ୧୪ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।