ଭୁବନେଶ୍ୱର, ୨୯/୯(ଏସଏସନିୟୁଜ) ବାତ୍ୟା ଗୁଲାବ୍ ଯାଉ୍ଯାଉ ପୁଣି ଆଉ ଗୋଟିଏ ଲଘୁଚାପ ଆସିବାକୁ ଯାଉଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହବାସହ ୨୪ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାର ଆକଳନ କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାର ପାଣିପାଗବିଭାଗ ପୁର୍ବାନୁମାନ କରିଛି ।