ରାଜ୍ୟସରକାର ବଡ ନିଷ୍ପତ୍ତି

ରାସନକାର୍ଡଧାରୀଙ୍କୁ ଅଧିକ ୫କେଜି ଚାଉଳ

ଭୁବନେଶ୍ଵର,୨୪।୧୦(ଏସଏସନିଉଜ)ରାଜ୍ୟସରକାର ବଡ ନିଷ୍ପତ୍ତି ନେଇଛନ୍ତି।ଏହି ନିଷ୍ପତ୍ତି ଆଧାରରେ ୧୯ ଜିଲ୍ଲାରେ ପରିବାର ପିଛା ମିଳିବ ଅଧିକ ୫ କେଜି ଚାଉଳ।୩ମାସ ପାଇଁ ଅଧିକ ୫ କେଜି ଚାଉଳ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ।ଏନେଇ ୧୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଦିଆଯାଇଛି।ସେଗୁଡିକ ହେଲା ଅନୁଗୁଳ, ବାଲେଶ୍ବର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ।ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର,ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ଼।

Comments (0)
Add Comment