ରଥଯାତ୍ରା ସୁପରିଚାଳନା ପାଇଁ ବୈଠକ

ଭୁବନେଶ୍ୱର,୨।୬(ଏସଏସନିଉଜ)ଆସନ୍ତା ଜୁନ ମାସ ୨୭ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି I ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟIଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା I ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ I ଶ୍ରୀ ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ I ଶ୍ରୀଜୀଉଙ୍କ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତି ମଧ୍ୟରେ ଜୁନ୧୧ ତାରିଖରେ ଦେବସ୍ନାନପୂର୍ଣ୍ଣିମା,ଜୁନ୨୬ ତାରିଖରେ ନବଯୌବନଦର୍ଶନ, ଜୁନ୨୭ତାରିଖରେ ରଥଯାତ୍ରା, ଜୁଲାଇ ୦୧ତାରିଖରେ ହେରା ପଞ୍ଚମୀ,ଜୁଲାଇ୦୪ରେ ସନ୍ଧ୍ଯା ଦର୍ଶନ,ଜୁଲାଇ ୦୫ରେ ବାହୁଡା ଯାତ୍ରା, ଜୁଲାଇ ୦୬ତାରିଖରେ ସୁନାବେଶ,ଜୁଲାଇ ୦୭ରେ ଅଧରପଣା ଓ ଜୁଲାଇ ୮ ତାରିଖରେ ନୀଳାଦ୍ରିବିଜେ ଅନୁଷ୍ଠିତ ହେବ Iଏହି ଉପଲକ୍ଷେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ।
ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା I ରଥଯାତ୍ରା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ଵତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ I ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡିକରେ ସିସିଟିଭି ସ୍ଥାପନ, ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା, ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥାର ପରିଚାଳନା ଆଦି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ସେହିପରି ସମୁଦ୍ର କୂଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ କଡାକଡି ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ଏହାବ୍ଯତୀତ ରେଳବାଇ ପୋଲିସ ପକ୍ଷରୁ ପୁରୀ, ଭୁବନେଶ୍ବର, ଖୋର୍ଦ୍ଧା, ଜଟଣୀ ଆଦି ରେଳ ଷ୍ଟେସନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଆରପିଏଫ ସହ ଉପଯୁକ୍ତ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ।
ଏହାସହ ପୁରୀସହରରେ ଅପରାଧ ନିୟନ୍ତ୍ରଣ ପାଇଁ ସମସ୍ତଥାନା ଅଞ୍ଚଳରେ ଅପରାଧୀଙ୍କ ବିରୋଧରେ ସ୍ଵତନ୍ତ୍ରଡ୍ରାଇଭ,ହୋଟେଲ ଏବଂ ଲଜ ଗୁଡିକରେ ନିୟମିତଯାଞ୍ଚ,ରକ୍ଷକ ଯାନ ମୁତୟନ, K-9 ସ୍କ୍ବାର୍ଡ ମୁତୟନ,ଦଳାଚକଟା ଭଳି ପରିସ୍ଥିତିକୁ ଏଡାଇବା ନିମନ୍ତେ ସଜାଗ ତଥା ସ୍ୱତନ୍ତ୍ରବ୍ୟବସ୍ଥା,ଅତି ବିଶିଷ୍ଟବ୍ୟକ୍ତି ବିଶେଷଙ୍କପାଇଁ ସ୍ୱତନ୍ତ୍ର ହେଲିପ୍ୟାଡ଼,ପୋଲିସଫୋର୍ସଙ୍କ ରହଣି ନିମନ୍ତେ ସ୍ୱତନ୍ତ୍ରସୁବିଧା, ଶୃଙ୍ଖଳିତରଥଟଣା,ବ୍ୟାରିକେଡ଼ ବ୍ୟବସ୍ଥା,ଜିଲ୍ଲାପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ଆଶୁ ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତଦର୍ଶନ ନିମନ୍ତେ ସ୍ୱତନ୍ତ୍ରସୁବିଧା ଇତ୍ୟାଦି ସମ୍ପର୍କରେ ଡିଜିପି ବିସ୍ତୃତଭାବେ ଆଲୋଚନା କରିଥିଲେ । ଏହାସହ ବୈଠକରେ ଆପାତକାଳୀନ ପରିସ୍ଥିତିର ମୁକାବିଲା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।
ଏହି ବୈଠକରେ ଆଭାସୀ ମାଧ୍ୟମରେ ନିର୍ଦ୍ଦେଶକ (ଗୁଇନ୍ଦା) ଶ୍ରୀ ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଳ ଏବଂ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କମ୍ଯୁନିକେସନ) ଶ୍ରୀ ଦୟାଲ ଗଙ୍ଗୱାର , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ଶ୍ରୀ ରାଜେଶ କୁମାର, ଆଇଜି (କେନ୍ଦ୍ରାଞ୍ଚଳ) ଶ୍ରୀ ଏସ. ପ୍ରବୀଣ କୁମାର, ଆଇଜି (ଅପରେସନ) ଡ. ଦୀପକ କୁମାର, ଆଇଜି (ବିପିଏସପିଏ) ଶ୍ରୀ ଅନୁପ ସାହୁ, ଆଇଜି (କ୍ରାଇମବ୍ରାଞ୍ଚ) ଡ. ସାର୍ଥକ ଷଡଙ୍ଗୀ, ଡିଆଇଜି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜି (ଏସଆଇଡବ୍ଲୁ) ଡ. କନୱାର ବିଶାଳ ସିଂ ,ଡିଆଇଜି (ଏସଟିଏଫ) ଶ୍ରୀ ପିନାକ ମିଶ୍ର, ଏସପି (ରେଲୱେ) ଶ୍ରୀ ବିବେକାନନ୍ଦ ଶର୍ମା, ଏସପି (ପୁରୀ) ଶ୍ରୀ ଭିନୀତ ଅଗ୍ରୱାଲଙ୍କ ସମେତ ବହୁ ବରିଷ୍ଠ ପୋଲିସଅଧିକାରୀ ଉପସ୍ଥିତ ଥିଲେ I

Comments (0)
Add Comment