ରାଜଧାନୀରେ ଯୁବକଙ୍କୁ ହତ୍ୟା,ଗୁଳିମାଡ଼

ଭୁବନେଶ୍ବର,୧୩।୧୦(ଏସଏସନିଉଜ)ରାଜଧାନୀରେ ପଥରରେ ମୁଣ୍ଡକୁ ଛେଚି ଯୁବକଙ୍କୁ ବୀଭତ୍ସଭାବେ ହତ୍ୟା କରାଯାଇଛି।ଇନ୍‌ଫୋସିଟି ଥାନା ଚୁନୁକୋଳି ବସ୍ତି ନିକଟରେ ହତ୍ୟାକାଣ୍ଡ ଘଟିଥିବା ବେଳେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି।ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସେହିଭଳି ଭାବେ ଭୁବନେଶ୍ବର ଏମ୍‌ସ କର୍ମଚାରୀଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଦୁର୍ବୃତ୍ତ।ଡ୍ୟୁଟି ଆସିବା ବେଳେ ଲ୍ୟାବ୍ ଆସିଷ୍ଟାଣ୍ଟଙ୍କୁ ଗୁଳିମାଡ଼ ହୋଇଥିଲା।ରଣସିଂହପୁରରେ ଗୋଡ଼ାଇ ଗୋଡ଼ାଇ ଗୁଳିମାଡ଼ କଲେ ଦୁର୍ବୃତ୍ତ।ଗୁରୁତର ଅବସ୍ଥାରେ ଏମ୍‌ସରେ ଭର୍ତ୍ତି ପରେ ତାଙ୍କର ମୃତ୍ୟୁ ଘୋଷଣା କରିଥିଲେ ଡାକ୍ତର।

Comments (0)
Add Comment