ସେପଟେମ୍ବର ୩୦ରେ ପିପିଲି ଉପ-ନିର୍ବାଚନ

ଭୁବନେଶ୍ୱର ୪/୯(ଏସଏସନିୟୁଜ) ‌ସେପଟେମ୍ବର ୩୦ରେ ପିପିଲି ଉପ-ନିର୍ବାଚନ । ଉପନିର୍ବାଚନ ପାଇଁ ଆସନ୍ତା ୬ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ୧୩ ତାରିଖ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧୪ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ ଓ ୧୬ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ୩୦ରେ ଭୋଟ ପରେ ଅକ୍ଟୋବର ୩ ତାରିଖରେ ଗଣତି ହେବ ବୋଲି ନିର୍ବାଚନ କମିସନ ପକ୍ଷରୁ ଏକ ପ୍ରେସ ଇସ୍ତାହାର ଜରିଆରେ ଏହି ଘୋଷଣା କରାଯାଇଛି । ଦିବଙ୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ଉପ-ନିର୍ବାଚନ ହେଉଛି । ଉପନିର୍ବାଚନରେ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ନିର୍ବାଚନ ତାରିଖ ଘୁଞ୍ଚାଯାଇଥିଲା ।ଏହାପରେ କରୋନାପାଇଁ ନିର୍ବାଚନକୁ ସାମୟିକ ଭାବେ ସ୍ଥଗିତ ରଖିଥିଲେ ନିର୍ବାଚନ କମିସନ । ପୂର୍ବରୁ ବିଜେଡି ପକ୍ଷରୁ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ରପ୍ରତାପ. ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ, କଂଗ୍ରେସ ପକ୍ଷରୁ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ପ୍ରାର୍ଥୀ କରିଥିଲା ।

Comments (0)
Add Comment