ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ବର, ୧୪/୧୦(ଏସଏସନିୟୁଜ) ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତରପଶ୍ଚିମ ଦିଗରେ ଗତି କରିବାସହ ଏହା ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହାସହ ଉପକୂଳରେ ଅଧିକ ପରିମାଣର ବର୍ଷା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ଅପରପକ୍ଷେ ଘୁର୍ଣ୍ଣିବଳୟକୁ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି ।

Comments (0)
Add Comment