ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ମମତା

ଭୁବନେଶ୍ୱର,୨୩।୩(ଏସଏସ ନିଉଜ)ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପଶ୍ଚିମବଙ୍ଗମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।ଅପରାହ୍ନ ସାଢ଼େ ୪ଟାରେ ନବୀନନିବାସ ଯାଇ ମମତା ନବୀନଙ୍କୁ ଭେଟିବେ।ମମତା କହିଛନ୍ତି ଯେ, ହକି ବିଶ୍ୱକପ୍ ସମୟରେ ତାଙ୍କୁ ଓଡ଼ିଶା ଆସିବାକୁ ନବୀନ ନିମନ୍ତ୍ରଣ କରିଥିଲେ । କିନ୍ତୁ ମମତା ସେତେବେଳେ ଆସିପାରିନଥିଲେ, ହେଲେ ପ୍ରତିଶ୍ରୁତି ଦେଇଥିଲେଯେ, ଯେତେବେଳେ ଓଡ଼ିଶା ଆସିବେ, ନବୀନଙ୍କୁ ନିଶ୍ଚୟ ଭେଟିବେ l ଏହାକୁ ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି ମମତା ବାନାର୍ଜୀ କହିଛନ୍ତି ।

- Advertisement -

Leave A Reply

Your email address will not be published.