ଆଜିର ରାଶିଫଳ

୧୬-୬-୨୦୨୩(ଶୁକ୍ରବାର)ବିଛାରାଶିର ଘାତଚନ୍ଦ୍ର । ବିଛା ଧନୁ ଓ ମୀନ ରାଶିମାନଙ୍କର ଘାତବାର, ଦିବା ଘ୮।୨୯ ଘ୧୧।୪୭ ମଧ୍ୟେ ବାର ଓ କାଳବେଳା । ରାତ୍ରି ଘ୯।୪ ଗତେ ଘ୧୦।୨୫ ମଧ୍ୟେ କାଳରାତ୍ରି । ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।ବାଇଗଣ ବିବା ଘ ୮।୩୯ ଗତେ ବିରି ଭକ୍ଷଣ ନିଷେଧ । ଅଦ୍ଯ ଭୂଦାହ (ଶେଷରଜ) ।ଅମୃତ — ଦିବା ଘ୧୧।୩୫ ଗତେ ଘ୧।୫୯ ମଧ୍ୟେ ରାତ୍ରି ଘ୮।୪୭ ମଧ୍ୟେ ଘ୧।୩୫ ଗତେ ଘ୩।୫୯ ମଧ୍ୟେ ଘ୪।୪୭ ଗତେ ଘ୫।୧୧ ମଧ୍ୟେ ।ମାହେନ୍ଦ୍ର – ଦିବା ଘ୫।୫୯ ଗତେ ଘ୬।୪୭ ମଧ୍ୟେ ଘ୯।୧୧ ଗତେ ଘ୯।୫୯ ମଧ୍ୟେ ।
ମେଷ:-ଦୀର୍ଘ ସମୟ ଧରି ଅପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରି ବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।
ବୃଷ:-ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶ ରେ ଭଲ ରହି ନପାରେ। କର୍ମ କ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇ ରାଣରେ ପଡିପାରନ୍ତି। ପଡୋଶୀ ଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରି ପାରନ୍ତି।
ମିଥୁନ:-ସହକର୍ମୀଙ୍କ କାର୍ଯ୍ୟା ବଳୀ ଓ ଅଫିସ୍‌ର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ବନ୍ଧୁଙ୍କ ପ୍ରତିଶ୍ରୁତି ଦେଇ ଶେଷ ରେ ନାସ୍ତିବାଣୀ ଶୁଣାଇବେ। କର୍ମ କ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।
କର୍କଟ:-ଭାବପ୍ରବଣତାବଶତଃ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡି ପରିଶେଷରେ ଅନୁତାପ କରିପାରନ୍ତି। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବ ସାୟକୁ ସଙ୍କୁଚିତ କରିନେଇ ପାରନ୍ତି।
ସିଂହ:-ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବାପାଇଁ ପଡୋଶୀଙ୍କ ସାହାଯ୍ୟ ଆବଶ୍ୟ ମନେ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି।
କନ୍ୟା:-ପାରିବାରିକ ସ୍ତରରେ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଅପରାହ୍ନରେ ପୁରାତନ ରୋଗର ପୀଡା ଅନୁ ଭବ କରି ପାରନ୍ତି।ସାହିତ୍ୟ,କଳା, କ୍ଷେତ୍ରରୁ ପ୍ରଶଂସିତ ହେବେ।
ତୁଳା:-ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍‌ଖୋର ମନୋଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା:- ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ପଡୋଶୀ ଙ୍କ ଅବଦାନ ସ୍ମରଣୀୟ ରହିବ। ଗତକାଲି ଠାରୁ ଭାବୁଥିବା କାମଟିକୁ ଆଜିହିଁ ଶେଷ କରିପାରିବେ।
ଧନୁ:-ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବା ସହ ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ବିବାଦୀୟ ପରିସ୍ଥିତିରେ ଘଟଣାର ଗୁରୁତ୍ୱ ନବୁଝି ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି।
ମକର:-ବନ୍ଧୁଙ୍କ ଆନ୍ତରିକତାର ପରାମର୍ଶକୁ ନିର୍ବିବାଦରେ ଗହଣ କରିନେଲେ ବିଭିନ୍ନ ଦିଗରୁ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତି ନେଇପାରନ୍ତି।
କୁମ୍ଭ:-ସରଳ ଭାବରେ କୌଣସି କଥାକୁ ଗ୍ରହଣ ନ କରି ପରୀକ୍ଷା କରି କାମରେ ଲଗାଇଲେ ଉପକୃତ ହୋଇପାରିବେ। ଜମିଜମା ବ୍ୟବସାୟରେ ଉନ୍ନତି କରିବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
ମୀନ:- କୈାଣସି କ୍ଷେତ୍ର୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ଅଶାନ୍ତି ଦେଖାଦେଇପାରେ।!!ଜୟଜଗନ୍ନାଥ, ଜୟ ସୋମନାଥ, ଜୟମା ଯୋଗମାୟା!!

- Advertisement -

Leave A Reply

Your email address will not be published.