ଆଜିର ରାଶିଫଳ

0 383

ରବିବାର୨୦୨୨ ମସିହା ଅଦ୍ୟ ମେ ମାସ ୧ ତାରିଖ,
ବୈଶାଖ ମାସ- ଶୁକ୍ଳପକ୍ଷ,
ସୁର୍ୟୋଦୟ-ପ୍ରାତଃ ଘ୫/୨୧/୧୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୫/୩୮,ମେଷ ରାଶିରଘାତବାର,ମେଷ ରାଶିର ଘାତଚନ୍ଦ୍ର,ପ୍ରତିପଦାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପାଣି କଖାରୁ ଭକ୍ଷଣ ନିଷେଧ,ଅମୃତ ବେଳା-ଦିବା ଘ୬/୮ ଗତେ ଘ୯/୨୦ ମଧ୍ୟେ ରାତ୍ରୀ ଘ୭/୪୨ ଗତେ ଘ୯/୧୮ ମଧ୍ୟେ,ମାହେନ୍ଦ୍ର ବେଳା- ଦିବା ଘ୬/୮ ମଧ୍ୟେ ଘ୧୨/୩୨ ଗତେ ଘ୧/୨୦ ମଧ୍ୟେ ରାତ୍ରୀ ଘ୬/୫୪ ଗତେ ଘ୭/୪୨ ମଧ୍ୟେ ଘ୧୨/୩୦ ଗତେ ଘ୩/୪୨ ମଧ୍ୟେ।
🐏ମେଷ👉 ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।
🐮ବୃଷ👉ଭୁଲ୍‌ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ଯାତ୍ରା, ବାଣିଜ୍ୟରେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୌଣସି ଉପଚାର କରିବା ସହଜସାଧ୍ୟ ନ ହୋଇପାରେ।
👩‍❤️‍👨ମିଥୁନ👉ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ବାରୁଦ ଓ ବିଦ୍ୟୁତ୍‌ ପ୍ରତି ସାବଧାନ ରହିବା ଭଲ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।
🦀କର୍କଟ👉ଆଜି କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ୟା ସମାଧାନର ଆଶା କରିପାରନ୍ତି।
🦁ସିଂହ👉ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ।
🙎‍♀️କନ୍ୟା👉ଖଳକଥାରେ ପ୍ରଭାବିତ ହୋଇ ପରିବାର ଲାଗି କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିବ।
⚖️ତୁଳା👉ଆଜି ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ବାବଦରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।
🦂ବିଛା👉ଆଜି କୌଣସି ବ୍ୟବହାର୍ଯ୍ୟ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ।ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ।
🏹ଧନୁ👉ଆଜି ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡିପାରେ। ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।
🐊ମକର👉କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।
🏺କୁମ୍ଭ👉କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବାର ସୂଚନା ରହିଛ।
🐟ମୀନ👉କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ସତକଥା କହି ପ୍ରଶଂସିତ ହୋଇପାରନ୍ତି।

ଏହା ସତ୍ୟ ଯେ ଯେପର୍ଯ୍ୟନ୍ତ ଆପଣ ଲୋକଙ୍କ କାମରେ ଆସୁଥିବେ ସେପର୍ଯ୍ୟନ୍ତ ଲୋକେ ଆପଣଙ୍କୁ ଚିହ୍ନୁଥୁବେ , କାହିଁକିନା ସମସ୍ତେ ଜାଣିଛନ୍ତି ଦୀପ ଜଳିଲା ପରେ ଦିଆସିଲି କାଠିର ଅବସ୍ଥା …କୌଣସି ବସ୍ତୁ କିମ୍ବା ବ୍ୟକ୍ତିଙ୍କ ପ୍ରତି ଅତ୍ୟଧିକ ମୋହ ରଖନ୍ତୁ ନାହିଁ , କାହିଁକିନା ଭବି ଷ୍ୟତରେ ଯାହା ଆପଣଙ୍କର ଦୁଃଖର କାରଣ ହୋଇପାରେ!!ଜୟ ଜଗନ୍ନାଥ,ଜୟ ସୋମନାଥ!!

Leave A Reply

Your email address will not be published.