ଆଜିର ରାଶିଫଳ

0 524

ମଇ ମାସ ୧୬ ତାରିଖ ୨୦୨୨ ମସିହା(ସୋମବାର) ବୈଶାଖ -ଶୁକ୍ଳପକ୍ଷ,ତିଥି- ପୂର୍ଣିମା , ମିଥୁନ ରାଶିର ଘାତ ବାର ,ପ୍ରତିପଦ। ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବିଶୁଦ୍ଧ ଅମୃତ ବେଳ। – ଦିବା ଘ ୦୮/୩୦ ଗତେ ଘ୧୦/୦୧ ମଧ୍ୟେ ଓ ରାତ୍ରି ଦିବା ଘ ୦୯/୨୪ ଗତେ ଘ୧୨/୩୦ ମଧ୍ୟେ,ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ୦୪/୩୬ ଗତେ ଘ୦୫/୧୪ ମଧ୍ୟେ, ଆମିଷ ଦିବା ଘ ୦୯/୪୫ ପର୍ଯ୍ୟନ୍ତ ତଦନ୍ତେ ପାଣିକଖାରୁ ଭକ୍ଷଣ ନିଷେଧ।
🐏ମେଷ👉ଆଜି ଗୃହ ଉପକରଣ ଓ କିଛି ଦରକାରି ଦ୍ରବ୍ୟକ୍ରୟ କରି ଖର୍ଚାନ୍ତ ହୋଇପାରନ୍ତି ।ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ
🐮ବୃଷ👉ବହୁଦିନ ଧରି ଥିବା ସମସ୍ୟାର ସମାଧାନ ଓ ଅଚାନକ ଅର୍ଥଲାଭ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟ ମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇ ପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢା ଇବାର ସମୟ ।
👩‍❤️‍👨ମିଥୁନ👉ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।
🦀କର୍କଟ👉ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।
🦁ସିଂହ👉ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବା ରେ ଏହି ଭ୍ରମଣ ସହାୟକ ହେବ ।କର୍ମକ୍ଷେତ୍ର ରେ ଉନ୍ନତି ଓ ପଦ ମର୍ଯ୍ୟାଦା ବୃଦ୍ଧି ଯୋଗ ରହିଛି।
🙎‍♀️କନ୍ୟା👉ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି । ହଠାତ ଦେବପୂଜା ଓଦର୍ଶନ କରିବାର ସୁଯୋଗ ପାଇବେ।
⚖️ତୁଳା👉ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବ ସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
🦂ବିଛା👉ଆଜି ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ।ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।ଶତୃମାନେ ପଛଘୁଞ୍ଚା ଦେବେ ।
🏹ଧନୁ👉ଆଜି ଦିନଟି ଆପଣଙ୍କ ପାଇଁ ଭଲରେ କଟିଳେ ମଧ୍ୟ ସାମୟିକ ଦେହପୀଡା ହୋଇପାରେ ।ନିଜ ପରିବାର ବର୍ଗସହ ଛୋଟଧରଣ ର ଭ୍ରମଣ ଯୋଗ ରହିଛି । ପରି ବାର ସଦସ୍ୟ ଏହି ଭ୍ରମଣକୁ ଉପଭୋଗ କରିବେ ଏବଂ ଆପ ଣଙ୍କ ସମ୍ପର୍କକୁ ସଧୁମୟ କରିବେ
🐊ମକର👉ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣ ଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇ ପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।
🏺କୁମ୍ଭ👉ଆଜି ମନ ଅଶାନ୍ତ ରହିବ।ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ନିଜ ଜୀବନର ଦ୍ୱିଧା ବା ଅସୁ ବିଧା ପରିସ୍ଥିତିରୁ ବାହାରି ଆସିବା ପାଈଁ ବାଟ ବାହାର କରିବାରେ ବିଫଳ ହୋଇପାରନ୍ତି ।
🐟ମୀନ👉ଯଦି ଛୁଟିଦିନ ଦେଖି ଆତ୍ମିୟସୋଜନ ମାନଙ୍କ ସହ ବୁଲିବାକୁ ଯାଆନ୍ତି ଏହି ସମୟଟି ପ୍ରକୃଷ୍ଟ ଅଟେ ।ସେଥି ପାଇଁ ବିଧିବୋଧ ଯୋଜନା କରନ୍ତୁ । ପର୍ଯ୍ୟଟନ ବୁଲିବାକୁ ମଧ୍ୟ ଯାଇପାରନ୍ତି ଏବଂ ଏଥିରେ ଆପଣଙ୍କୁ ପରମ ଆନନ୍ଦ ମିଳିବ

Leave A Reply

Your email address will not be published.