୨୧-୨-୨୦୨୩(ମଙ୍ଗଳବାର)ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର । ମୀନ ମେଷ ବୃଷ ମିଥୁନ କନ୍ୟା ତୁଳା ମକର ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି । ଧନୁ ରାଶିର ଘାତଚନ୍ଦ୍ର ।ମକର ରାଶିର ଘାତବାର । ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । କୁଷ୍ମାଣ୍ଡ ଦିବା ଘ୯।୨୩ ଗତେ ବୋଇତି କଖାରୁ ଭକ୍ଷଣ ନିଷେଧ ।ଆଜିର ରାଶିଫଳ
ମେଷ:-ଆତ୍ମବିଶ୍ବାସ ଓ ଆଶାରେ ପୂର୍ଣ୍ଣ ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି ହେବ। କାହାରିକୁ ଧାର ଦିଅନ୍ତୁ ନାହିଁ। ପ୍ରେମୀଯୁଗଳ ପରସ୍ପର ଲାଗି କିଛି ବିଶେଷ କରିବେ। ସମ୍ମାନର ଅଧିକାରୀ ହୋଇ ପାରିବେ।
ବୃଷ:- ଘରୋଇ ଖର୍ଚ୍ଚ କିଛି ପରିମାଣରେ କମ୍ ହେବ। ଶିକ୍ଷକଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ। ଘରୋଇ କଂପାନିରେ ଚାକିରି କରୁଥିବା ଲୋକଙ୍କୁ ଖୁସି ଖବର ମିଳିବ।
ମିଥୁନ:- ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ସହ ଭଲରେ ସମୟ ଅତିବାହିତ କରିବେ। ଶତ୍ରୁମାନେ ଯେତେ ସମସ୍ୟା ସୃଷ୍ଟି କରିବେ ଆପଣ ସେତେ ଲାଭ ପାଇବେ।
କର୍କଟ:-ଅଫିସରେ ଆପଣଙ୍କ କାମର ବୋଝ କମ୍ ରହିବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ଜୀବନସାଥୀଙ୍କ ପାଇଁ କୌଣସି ମୂଲ୍ୟବାନ ବସ୍ତୁ କିଣି ପାରନ୍ତି।
ସିଂହ:-କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବେ ବିଚାର ବିମର୍ଶ କରିନିଅନ୍ତୁ। କାରବାର ରେ ଉତ୍ଥାନପତନ ଲାଗି ରହିବ। ସ୍ବାସ୍ଥ୍ୟପାଇଁ ଖର୍ଚ୍ଚ କରିବେ।
କନ୍ୟା:-ନୂଆ ବିଚାର ପ୍ରୟୋଗ ପାଇଁ ସମୟ ଉତ୍ତମ। ପରିଶ୍ରମର ସକାରାତ୍ମକ ଫଳ ପାଇବେ। ଛାତ୍ରଛାତ୍ରୀ ଯୋଜନା ତିଆରି କରି ଅଧ୍ୟୟନ କରନ୍ତୁ।
ତୁଳା: ଜରୁରୀ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ ହୋଇଯିବ। ଜମି ଦଲାଲଙ୍କୁ ଯଥେଷ୍ଟ ଧନ ଲାଭ ହେବ। ଛାତ୍ରଛାତ୍ରୀ ଙ୍କର ପାଠପଢ଼ାରେ ମନ ଲାଗିବ।
ବିଛା:-ଅଧିକାଂଶ ମାମଲାରେ ନିଜକୁ ଭାଗ୍ୟଶାଳୀ ମନେ କରିବେ। ବିଜ୍ଞାନକ୍ଷେତ୍ର ରେ ଥିବା ଲୋକଙ୍କୁ ବଡ଼ ସଫଳତା ମିଳିବ।ବ୍ୟବସାୟରେ ବକେୟା ଅର୍ଥ ପାଇପାରିବେ।
ଧନୁ:-ମାନସିକ ରୂପେ ସୁସ୍ଥ ରହିବେ। କୌଣସି ଶୁଭ ଖବର ମିଳିବ। ଶତ୍ରୁମାନେ ଦବି ରହିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କିଛି ନୂଆ ସୁଯୋଗ ପାଇବେ।
ମକର: ଆପଣଙ୍କ ମନରେ ବହୁତ ସକାରାତ୍ମକ ଭାବନା ଆସିବ। ସାଥୀଙ୍କୁ ମନର କଥା କହିପାରନ୍ତି। ଆର୍ଥିକ ପକ୍ଷ ସୁଦୃଢ଼ ରହିବ। ବିବାହିତଙ୍କ ଲାଗି ଭଲ ଦିନଟିଏ।
କୁମ୍ଭ:-ସଂଚାର କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିପାରନ୍ତି।
ମୀନ:-ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟମା ଯୋଗମାୟା!!

