ଆଜିର ରାଶିଫଳ

0 224

ମାର୍ଚ୍ଚମାସ ୦୨ତାରିଖ ୨୦୨୩ ମସିହା(ଗୁରୁବାର)ଫାଲଗୁନମାସ-ଶୁକ୍ଳପକ୍ଷ,ତିଥି- ଦଶମୀ, ସୁର୍ୟୋଦୟ-ପ୍ରାତଃ ଘ୦୬/୧୦/ ୧୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୯/୦୯,କନ୍ୟା ରାଶିର ଘାତଚନ୍ଦ୍ର,
ତୁଳା ଓ କୁମ୍ଭରାଶିର ଘାତବାର,ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, ଶିମ୍ବଭକ୍ଷଣ ନିଷେଧ।
ମେଷ :-ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କ ଠାରୁ ଆପଣଙ୍କୁ ଲାଭବାନ ହେବ।
ବୃଷ :-ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ ଏବଂ ମାନସିକ ରୂପରେ ସ୍ଵାସ୍ଥ୍ୟ ଭଲ ରହିବ।
ମିଥୁନ :-ଆଜି ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ। ଆପଣଙ୍କ ଦିନ ଶାରୀରିକ ଏବଂ ମାନସିକ ଅସୁସ୍ଥତା ସହିତ କଟିବ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ।
କର୍କଟ :-ଆଜି ବ୍ୟାପାରରେ ଲାଭ ହେବ ଏବଂ ଆୟର ସ୍ରୋତରେ ବୃଦ୍ଧି ହୋଇପାରେ। ମିତ୍ରମାନଙ୍କଠାରୁ ଲାଭ ହେବ ଏବଂ ତାଙ୍କ ସହିତ ସାକ୍ଷାତକରି ଆନନ୍ଦଲାଭ କରିବେ। ବିବାହୋତ୍ସୁକମାନଙ୍କ ପାଇଁ ବିବାହର ଯୋଗ ଭଲ ଅଛି। ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ।
ସିଂହ :-ଆଜି ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପ୍ରତିଭା ବଢ଼ିପାରେ। ଚାକିରିରେ ପ୍ରମୋଶନ ହୋଇପାରେ। ପିତାଙ୍କର ସଂପତ୍ତିରେ ଲାଭ ହେବ। ସରକାରଙ୍କ ସହିତ ଧନର ବ୍ୟବହାର ସଫଳ ରହିବ।ଆପଣଙ୍କ ଆତ୍ମବିଶ୍ଵାସ ରେ ପ୍ରତ୍ୟେକ କାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନ ହେବ।
କନ୍ୟା :-ଆଜିର ଦିନ ବହୁତ ଶୁଭ ଅଟେ।ମିତ୍ର ଏବଂ ସମ୍ବନ୍ଧିମାନଙ୍କ ସହିତ ହୋଇଥିବା ସାକ୍ଷାତର କାରଣରୁ ଆନନ୍ଦ ମିଳିବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବ ଭାଇଭଉଣୀମାନଙ୍କଠାରୁ ଆର୍ଥିକଲାଭ ହେବ।ଜୀବନ ସାଥୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ।
ତୁଳା :-ଆଜି ଧାର୍ମିକକାର୍ଯ୍ୟ ଏବଂ ଯାତ୍ରାପାଇଁ ସମୟ ଅନୁକୂଳ ଅଟେ।ବାଣୀଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ସରକାର ବିରୋଧୀ ପ୍ରବୃତ୍ତି ଏବଂ କ୍ରୋଧରୁ ଦୂରରୁହନ୍ତୁ।ନୂଆସମ୍ବନ୍ଧ ଅନିଷ୍ଟ କାରକ ହୋଇପାରେ। ପରିଜନ ମାନଙ୍କସହିତ କଳହର ପ୍ରସଙ୍ଗ ବନିପାରେ।
ବିଚ୍ଛା :-ଆଜି ଆପଣ ମିତ୍ର ତଥା ସ୍ଵଜନମାନଙ୍କ ସହିତ କୌଣସି ମନୋରଞ୍ଜନସ୍ଥଳ କିମ୍ବା ପର୍ଯ୍ୟଟନସ୍ଥଳକୁ ଯାତ୍ରାକରି ମନ ପ୍ରସନ୍ନ ହେବ।ସମାଜରେ ମାନ ସମ୍ମାନ ମିଳିବ।ସାମାନ୍ୟ ଦୈନିକକାର୍ଯ୍ୟଗୁଡ଼ିକ ଭୁଲିକରି ଆମୋଦପ୍ରମୋଦରେ ବୁଡ଼ି ରହିପାରନ୍ତି।
ଧନୁ :-ପରିବାରରେ ଆନନ୍ଦର ବାତାବରଣ ରହିବ, ଯାହାଦ୍ୱାରା ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ଆପଣଙ୍କ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହିବ। ବ୍ୟବସାୟରେ ମଧ୍ୟ ଦିନ ଲାଭଦାୟୀ ରହିବ। ସହକର୍ମି ମାନଙ୍କର ସହଯୋଗ ମିଳିବ ଏବଂ ଆର୍ଥିକ ଲାଭ ହେବ। ଆପଣଙ୍କପାଇଁ ହର୍ଷୋଲ୍ଲାସର ଦିନ ରହିବ।
ମକର :-ପାରିବାରିକ ଜୀବନରେ ଶାନ୍ତି ବନାଇ ରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନା ହେଉ,ଏହାର ଧ୍ୟାନ ରଖିବେ।ଅଫିସରେ ଉଚ୍ଚ ଅଧିକାରୀମାନଙ୍କର ଅସନ୍ତୋଷ ର ସାମନା କରିବାକୁ ପଡ଼ିପାରେ।
କୁମ୍ଭ :-ଆଜି ଆପଣଙ୍କ ମନ ବହୁତ ସମ୍ବେଦନଶୀଳ ରହିବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଭଲ ଅଟେ। ଆଜିର ଆୟୋଜିତ ପ୍ରତ୍ୟେକ କାର୍ଯ୍ୟ ଭଲ ଭାବରେ ସଂପନ୍ନ ହେବ। ମହିଳାମାନଙ୍କର ସୌନ୍ଦର୍ଯ୍ୟ ପ୍ରସାଧନ ପଛରେ ଖର୍ଚ୍ଚ ହୋଇପାରେ।
ମୀନ :-ଆବଶ୍ୟକ ନିର୍ଣ୍ଣୟଗୁଡ଼ିକ ପାଇଁ ଆଜିର ଦିନ ଅତି ଉତ୍ତମ ଅଟେ। ଆପଣଙ୍କ ସୃଜନାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧି ହେବ। ବୈଚାରିକ ଦୃଢ଼ତା ଏବଂ ମାନସିକସ୍ଥିରତା କାରଣରୁ କାର୍ଯ୍ୟ ସଫଳତାରେ ସରଳତା ହେବ।
!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Leave A Reply

Your email address will not be published.